Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟଠାରୁ ୯୫% ଅଧିକ ସମ୍ପତ୍ତି, ଗିରଫ ହେଲେ ସହକାରୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 14, 2023
in Crime, State
ଆୟଠାରୁ ୯୫% ଅଧିକ ସମ୍ପତ୍ତି, ଗିରଫ ହେଲେ ସହକାରୀ ଯନ୍ତ୍ରୀ
52
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ବାରିପଦା ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ତଥା ୱାଟକୋ ସେକ୍ସନ-୧ର ସହକାରୀ ପ୍ରବନ୍ଧକ ବନେଶ୍ୱର ନାୟକଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୯୫% ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଛି ଭିଜିଲାନ୍ସ । ବାରିପଦା ସହରରେ ବନେଶ୍ୱର ନାୟକଙ୍କର ଏକ ତିନି ମହଲା କୋଠା ଅଛି। ସେହିପରି ମୟୂରଭଞ୍ଜର ବଡ଼ସାହି ଥାନା ଅଞ୍ଚଳରେ ତାଙ୍କର ଏକ ଦୁଇ ମହଲା ଘର ଅଛି। ସେହିପରି ପୈତୃକ ଗାଁ ଚାଉଳିସୋଲରେ ତାଙ୍କର ଏକ ଦୁଇ ମହଲା ଘର ଅଛି। ବନେଶ୍ୱରଙ୍କର ୩ଟି ପ୍ଲଟ ଠାବ କରାଯାଇଛି। ସେଥିରୁ ୨ଟି ବାରିପଦା ସହରରେ ଅଛି। ତାଙ୍କର ୩୩.୨୯ ଲକ୍ଷ ଟଙ୍କାର ବ୍ୟାଙ୍କ, ପୋଷ୍ଟାଲ ଓ ବୀମା ଜମା ଅଛି। ତାଙ୍କର ଗୋଟିଏ ଚାରି ଚକିଆ ଗାଡ଼ି, ୨ଟି ଦୁଇ ଚକିଆ ଗାଡ଼ି ଓ ଅନ୍ୟାନ୍ୟ ଗୃହୋପକରଣର ମୂଲ୍ୟ ମିଶି ୧୬.୧୫ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!