ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ଆଜି ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି । ଆକ୍ରାନ୍ତ ଦୁଇ ଜଣ ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ା ଅଂଚଳର ଭାଲିଆଡିହି ଏବଂ କୁରୁଡାଙ୍ଗ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ଜଣାଯାଇଛି । ସେହିଭଳି ସୁସ୍ଥ ହୋଇଥିବା ୩ ଜଣ ରଣପୁର ବ୍ଲକର ବୋଲି ସୂଚନା ମିଳିଛି । ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୪ ହୋଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ୧୧୮ ବୋଲି ଜଣାଯାଇଛି ।





