Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିହ୍ନଟ ହେଲା ଆସିଷ୍ଟାଣ୍ଟ କଲେକ୍ଟରଙ୍କ ମୃତ ଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

by ସଞ୍ଜୟ ସ୍ୱାଇଁ
September 21, 2023
in Crime, State
ଚିହ୍ନଟ ହେଲା ଆସିଷ୍ଟାଣ୍ଟ କଲେକ୍ଟରଙ୍କ ମୃତ ଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
310
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସନ୍ଦେହଜନକ ମୃତ୍ୟୁ । ଆସିଷ୍ଟାଣ୍ଟ କଲେକ୍ଟର ସସ୍ମିତା ମିଞ୍ଜ । ରାଉରକେଲା ADM ଅଫିସ ରେ ଥିଲେ ଆସିଷ୍ଟାଣ୍ଟ କଲେକ୍ଟର । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ୩୫ ବର୍ଷୀୟ ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି । ସ୍ଥାନୀୟ ସେନ୍‌ସୋରୀ ପାର୍କ ପୋଖରୀରୁ ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ମୃତଦେହ ପୋଲିସ୍‌ ଜବତ କରିଥିବାବେଳେ ବୁଧବାର ପରିଚୟ ସ୍ପଷ୍ଟ ହୋଇଛି । ଆସିଷ୍ଟାଣ୍ଟ କଲେକ୍ଟର ଭଳି ଜଣେ ଉଚ୍ଚପଦବୀରେ ଥିବା ମହିଳା ଅଧିକାରୀଙ୍କ ମୃତ୍ୟୁକୁ ନେଇ ସହରରେ ଆଲୋଡ଼ନ ସୃଷ୍ଟି ହୋଇଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ଏପରି କି ଏହି ଘଟଣାରେ ନିର୍ଦ୍ଦିଷ୍ଟ ଦୁଇ ବରିଷ୍ଠ ଅଧିକାରୀ ସମ୍ପୃକ୍ତ ଥିବା ସେମାନେ କହିଛନ୍ତି । ଅନ୍ୟପଟେ ପୋଲିସ୍‌ ଉକ୍ତ ଘଟଣାକୁ ଗୁରୁତର ସହ ନେଇ ଖୋଳତାଡ଼ ଆରମ୍ଭ କରିଛି । ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ରାମାବାହାଲର ମୂଳବାସିନ୍ଦା ସୁସ୍ମିତା ପ୍ରଥମେ ବଣାଇଁ ଏବଂ ପରେ ସୁନ୍ଦରଗଡ଼ରେ କିଛିବର୍ଷ ଧରି କାର୍ଯ୍ୟ କରିଥିଲେ । ଗତ ଦେଢ଼ବର୍ଷ ହେବ ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆସିଷ୍ଟାଣ୍ଟ କଲେକ୍ଟର ଭାବେ ଯୋଗ ଦେଇଥିଲେ । ମୃତ ସୁସ୍ମିତାଙ୍କ ଭାଇ ସନ୍ଦୀପ ମିଞ୍ଜଙ୍କ କହିବା କଥା, ପ୍ରାୟ ମାସେ ହେଲା ଭଉଣୀ ମାନସିକ ଅବସାଦରେ ରହୁଥିଲେ । ଗତ ୧୬ ତାରିଖରେ ସୁନ୍ଦରଗଡ଼ ଜିଲ୍ଲାର ବିଡିଓ ଏବଂ ତହସିଲଦାରଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ସୁସ୍ମିତାଙ୍କ ମାନସିକ ସ୍ଥିତି ଠିକ୍‌ ନାହିଁ ଏବଂ ଏ ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ । ୧୭ ତାରିଖ ଗୁରୁଣ୍ଡିଆ ବିଡିଓ ସୁସ୍ମିତାଙ୍କ ଘରକୁ ଯାଇ ତାଙ୍କ ମାଆଙ୍କୁ ଏ ବିଷୟରେ ଜଣାଇଥିଲେ । ଏପରି କି ୧୬ରୁ ୧୭ ତାରିଖ ସକାଳ ପ୍ରାୟ ସାଢ଼େ ୧୦ଟା ମଧ୍ୟରେ ଭଉଣୀଙ୍କୁ ମା’ ଏବଂ ସନ୍ଦୀପ ଅନେକ ଥର ଫୋନ୍‌ କରିଥିଲେ । ତେବେ ସେ ଉଠାଇ ନ ଥିଲେ । ଫଳରେ ତାଙ୍କ ସମ୍ପର୍କରେ କୌଣସି ସୂଚନା ମିଳି ନଥିଲା । ୧୭ ତାରିଖରେ ଉଦିତ୍‌ନଗର ଥାନାରେ ପହଞ୍ଚି ଭଉଣୀ ନିଖୋଜ ଥିବା ନେଇ ଅଭିଯୋଗ କରାଯାଇଥିଲା । ସେହିଦିନ ରାତି ପ୍ରାୟ ସାଢ଼େ ୯ଟାରେ ଭଉଣୀଙ୍କ ସନ୍ଧାନ ମିଳିଥିଲା । ମଙ୍ଗଳବାର ସନ୍ଧ୍ୟାରେ ସୁସ୍ମିତାଙ୍କ ମୃତଦେହ ସେନ୍‌ସୋରୀ ପାର୍କ ପୋଖରୀରୁ ଉଦ୍ଧାର କରାଯାଇଥିବା ପୋଲିସ୍‌ କହିଥିଲା । ହେଲେ ସେ ହୋଟେଲରୁ ବାହାରି ପାର୍କକୁ କିପରି ଗଲେ ଏବଂ ସେ ସମ୍ପର୍କରେ ସମ୍ପୃକ୍ତ ପୋଲିସ୍‌ କର୍ମଚାରୀ କିପରି ଜାଣିପାରିଲେ ନାହିଁ ବୋଲି ସନ୍ଦୀପ ପ୍ରଶ୍ନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!