Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପିଅନ କଲେ ଦୁଷ୍କର୍ମ, ପୁଲିସ୍ ଗାଡି ପୋଡିଦେଲେ

by ସଞ୍ଜୟ ସ୍ୱାଇଁ
September 23, 2023
in Crime, State
ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପିଅନ କଲେ ଦୁଷ୍କର୍ମ, ପୁଲିସ୍ ଗାଡି ପୋଡିଦେଲେ
188
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ହସଖୁସିରେ ଘରୁ ସ୍କୁଲକୁ ଯାଇଥିଲା ତୃତୀୟ ଶ୍ରେଣୀ ଛାତ୍ରୀ। ମାତ୍ର ଫେରିବା ବେଳେ ଲୋଲୁପ ଦୃଷ୍ଟି ପକାଇଲେ ସ୍କୁଲର ପିଅନ । ଆଉ ଛାତ୍ରୀଙ୍କୁ ଟେକି ନେଇ କଲେ ଦୁଷ୍କର୍ମ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଘଟିଛି ଲଙ୍କାକାଣ୍ଡ। ଉତ୍ତ୍ୟକ୍ତ ଲୋକେ ପୁଲିସ୍ ସହ ମୁହାଁମୁହିଁ ହୋଇଥିବା ବେଳେ ପୁଲିସ୍ ଜିପ୍‌କୁ ଭଙ୍ଗାରୁଜା କରିବା ସହ ପୁଲିସ୍ ବସ୍ ଜାଳି ଦେଇଛନ୍ତି। ଏପରି ଏକ ଅଭାବନୀୟ ଘଟଣା ରାୟଗଡ଼ା ଜିଲ୍ଲା କାଶୀପୁରୁ ବ୍ଲକ ଡ଼ଙ୍ଗାସିଲ ଆବାସିକ ବିଦ୍ୟାଳୟରେ ଘଟିଛି। ଗାଁରେ ଉତେଜନା ଲାଗିଥିବାରୁ ଦୁଇ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ଗତକାଲି ସ୍କୁଲ ସରିବା ପରେ ତୃତୀୟ ଶ୍ରେଣୀ ଛାତ୍ରୀଜଣକ ନିଜ ଘରକୁ ଯାଉଥିଲେ। ମାତ୍ର ତାଙ୍କୁ ଏକୁଟିଆ ପାଇ ପ୍ରଲୋଭିତ କରି ସ୍କୁଲର ପିଅନ ଶିବ ପ୍ରସାଦ ମିଶ୍ର ତାଙ୍କୁ ଏକ ରୁମ୍‌କୁ ନେଇ ଯାଇଥିଲେ। ସେଠାରେ ସେ ତାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହାପରେ ଛାତ୍ରୀଜଣକ କାନ୍ଦୁଥିବା ଦେଖି ଉକ୍ତ ବିଦ୍ୟାଳୟର ଅନ୍ୟ ଜଣେ ଛାତ୍ରୀ ଉଦ୍ଧାର କରି ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଥିଲେ। ଗୁରୁତର ଅବସ୍ଥାରେ ଘରେ ପହଞ୍ଚି ନାବାଳିକାଜଣକ ନିଜ ପରିବାର ଲୋକଙ୍କୁ ସବୁ କଥା କହିଥିଲେ । ଏହାପରେ ତୁରନ୍ତ ତାଙ୍କୁ ପ୍ରଥମେ ଡ଼ଙ୍ଗାସିଲ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ପରିବାର ବର୍ଗ ପକ୍ଷରୁ ଡଙ୍ଗା ସିଲ ଥାନରେ ଏତଲା ଦେବାକୁ ଯାଇଥିଲେ। ମାତ୍ର ପ୍ରଥମେ ପୁଲିସ୍ ଏତଲା ଗ୍ରହଣ କରୁ ନ ଥିବା ବେଳେ ପରେ ଗ୍ରହଣ କରିଥିବା କହିଛନ୍ତି ପରିବାର ଲୋକେ । ପୁଲିସ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଉତ୍ତ୍ୟକ୍ତ ଲୋକେ ତାଙ୍କୁ ଘେରି ପୁଲିସ୍ ବସ୍‌ରେ ନିଆଁ ଲଗାଇ ଦେଇଥିଲେ। ଫଳରେ ପୁଲିସ୍ ଫୋର୍ସ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ ଲାଗିଥିଲା। ପୁଲିସ୍ ଏହି ଘଟଣାରେ ପ୍ରାୟ ୩୦ ଜଣଙ୍କୁ ଅଟକ ରଖିଥିବା ବେଳେ ଗାଁ ପୁରୁଷଶୂନ୍ୟ ହୋଇ ଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଗାଁରେ ଆଜି ୫ ପ୍ଲାଟୁନ୍ ପୁଲିସ ମୁତୟନ କରଯାଇଥିବା ନେଇ ସୂଚନା ମିଲିଛି। ଏହି ଘଟଣାରେ ପୁଲିସ୍ ସମ୍ପୃକ୍ତ ପିଅନଙ୍କୁ ଅଟକ ରଖି ପଚରାଉଚରା କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!