Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଘର କଂଗ୍ରେସ, ଘର ଘର ହାତ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
September 23, 2023
in Nayagarh, Politics, State
ଘର ଘର କଂଗ୍ରେସ, ଘର ଘର ହାତ ପ୍ରସ୍ତୁତି ବୈଠକ
201
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ଆଜି ଘର ଘର କଂଗ୍ରେସ, ଘର ଘର ହାତ କାର୍ଯ୍ୟକ୍ରମର ପ୍ରସ୍ତୁତି ବୈଠକ ଜିଲ୍ଲା କଂଗ୍ରେସ ସଭାପତି ବରିଷ୍ଠ ଆଇନଜୀବି ରଣଜିତ୍ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସେପ୍ଟେମ୍ବର ୨୫ ତାରିଖରୁ ଜିଲ୍ଲାର ପ୍ରତ୍ୟେକ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ କଂଗ୍ରେସ କର୍ମୀମାନେ ଲୋକଙ୍କ ଦୁଆର ଦୁଆର ବୁଲି ପ୍ରଦେଶ କଂଗ୍ରେସ ଦ୍ୱାରା ଜାରି ହୋଇଥିବା ପ୍ରଚାର ପତ୍ର ବାଣ୍ଟିବେ ବୋଲି ସୂଚନା ମିଳିଛି । ଘର ଘର ହାତ ଏବଂ ଘର ଘର କଂଗ୍ରେସ କାର‌୍ୟ୍ୟକ୍ରମ ଜରିଆରେ ଲୋକଙ୍କ ପାଖରେ ପହଞ୍ଚିବା ନେଇ ଜିଲ୍ଲା ସଭାପତି ରଣଜିତ୍ ଦାଶ ସୂଚନା ଦେଇଛନ୍ତି। ଏହି ପ୍ରସ୍ତୁତି ବୈଠକ କାର‌୍ୟ୍ୟକ୍ରମରେ ଜିଲ୍ଲା ପ୍ରଭାରୀ ତଥା ପିସିସି ଉପସଭାପତି ବିଭୂତି ଭୂଷଣ ମିଶ୍ର, ଦଳର ବରିଷ୍ଠ ନେତା ଅମିରଚାନ୍ଦ ନାୟକ, ହୁସେନ୍ ଖାଁ, କମଳ ଚନ୍ଦ୍ର ସାହୁ, ଜିଲ୍ଲା ଯୁବ କଂଗ୍ରେସ ସଭାପତି ଯଶୋଦା କାଣ୍ଡି, ଛାତ୍ର କଂଗ୍ରେସ ସଭାପତି ଜ୍ୟୋତିରଞ୍ଜନ ଦାଶଙ୍କ ସମେତ ସମସ୍ତ ବ୍ଳକ ସଭାପତି, ଏବଂ ବିଭିନ୍ନ ଦଳୀୟ ଛାମୁଆ ସଂଗଠନର ଜିଲ୍ଲା ମୁଖ୍ୟମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଘର ଘର କଂଗ୍ରେସ ଘର ଘର ହାତ କାର‌୍ୟ୍ୟକ୍ରମ ପ୍ରତ୍ୟେକ ବ୍ଳକ କଂଗ୍ରେସ ସଭାପତିଙ୍କ ନେତୃତ୍ବରେ କାର୍ଯ୍ୟକାରୀ ହେବା ପାଇଁ ବୈଠକରେ ନିଷ୍ପତ୍ତି ନିଆ ଯାଇଛି । ଦଶପଲ୍ଲା ସଂରକ୍ଷିତ ନିର୍ବାଚନ ମଣ୍ଡଳୀ ପାଇଁ ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କମିଟି ଜିଲ୍ଲା କଂଗ୍ରେସ ସଭାପତିଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଛି । ଜିଲ୍ଲାର ସମସ୍ତ ଛାମୁଆ ସଂଗଠନର ମୁଖ୍ୟମାନେ ଏହି କମିଟିରେ ସଦସ୍ୟ ରହିଛନ୍ତି ଏବଂ ଦଶପଲ୍ଲା ବ୍ଲକ ସଭାପତି କମିଟିର ସଂଯୋଜକ ରହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!