ମୋହନା, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ଅଡବା ଥାନା ଘୋଡ଼ାପଙ୍କା ଗାଁରେ ଡବଲ ମର୍ଡର । ଘରେ ପଶି ଯୁବକଙ୍କ ହତ୍ୟା ପରେ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ହତ୍ୟା କଲେ ଦୁର୍ବୃତ୍ତ । ମୃତକ ହେଲେ ସେହି ଗାଁର କପିଳେନ୍ଦ୍ର ମଲ୍ଲିକ ଓ ତାଙ୍କ ଶଶିତା ମଲ୍ଲିକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୋମବାର ରାତି ପ୍ରାୟ ୭ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଛି । ଦୁଇ ଜଣ ଦୁର୍ବୃତ୍ତ ଘରେ ପଶି ମାରଣାସ୍ତ୍ରରେ ଆକ୍ରମଣ କରି କପିଳେନ୍ଦ୍ରକୁ ହତ୍ୟା କରିଥିଲେ । ଏହାପରେ ଗାଁ ରାସ୍ତାରେ ତାଙ୍କ ସ୍ତ୍ରୀ ଶଶିତାଙ୍କୁ ମଧ୍ୟ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ ।

ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦମ୍ପତ୍ତିକୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ଅଡବା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଏପିରିକି ଗତ ଫେବୃଆରୀ ମାସରେ ମଧ୍ୟ କପିଳେନ୍ଦ୍ରଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା । ସେ ବାଇକ୍ ଯୋଗେ ଗାଁକୁ ଆସୁଥିବା ବେଳେ ତାଙ୍କୁ ପଛପଟୁ କେହି ଗୁଳିମାଡ଼ କରିଥିଲେ । ସେତେବେଳେ ସେ ଗୁରୁତର ହୋଇଥିଲେ । ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ । ଗୁଣି ଗାରେଡି ସନ୍ଦେହରେ ତାଙ୍କୁ ଗୁଳି ମାଡ଼ କରାଯାଇଥିବା କପିଳେନ୍ଦ୍ର ଥାନା ଅଭିଯୋଗ କରିଥିଲେ । ସେହି ମାମଲାର ତଦନ୍ତ ଚାଲିଥିବା ବେଳେ ସୋମବାର ରାତିରେ ସଂଘବଦ୍ଧ କରି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା କରାଯାଇଛି ।






