ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଧାନସଭା ଠିକରେ ଚାଲିପାରୁନି । ବିରୋଧୀ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବିଧାନସଭାକୁ ଦିନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତ୍ତି । ବିଜେପି ବିଧାୟକଙ୍କ ଜୋରଦାର ହଟ୍ଟଗୋଳ ଓ ପୋଡିୟମ ନିକଟକୁ ଯାଇ ନାରାବାଜୀ କାରଣରୁ ବିଧାନସଭାକୁ ମୁଲତିବି ରଖାଯାଇଛି । ବିଜେପି ସାଂସଦମାନେ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ବିବୃତିରୁ ଜନବିରୋଧୀ ଶବ୍ଦକୁ ବାଦ ଦେବାକୁ ଦାବି କରିଥିଲେ । ଏହାସହ ବାଚସ୍ପତିଙ୍କୁ ଡାଲି ଫୋପାଡିବା ଘଟଣାରେ ନିଲମ୍ବିତ ହୋଇଥିବା ବିଜେପିର ୨ଜଣ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ବିଜେପି ବିଧାୟକମାନେ ଦାବି କରିଛନ୍ତି । ବିଜେପି ସାଂସଦଙ୍କ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ।





