ନୟାଗଡ଼,(ବାଘୁଆବାର୍ତ୍ତା):ନୟାଗଡ଼ ନିର୍ବାଚନ ମଣ୍ଡଳୀ ଭାଟସାହିଠାରେ ବିଜୁ ଜନତା ଦଳ ପକ୍ଷରୁ ନୟାଗଡ଼ ବ୍ଲକସ୍ତରୀୟ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ତତ୍ତ୍ଵାବଧାନରେ ଆୟୋଜିତ ପଦଯାତ୍ରା ଓ ସଭାରେ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ପୌର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ସରୋଜ ରଣସିଂହ, ବିଜେଡି ବ୍ଲକ ସଭାପତି ଅଜିତ ପ୍ରସାଦ ସାହୁ, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡା, ବିଜେଡି ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ଦୁର୍ୟ୍ୟୋଧନ ବେହେରା, ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ମନୋଜ କୁମାର ନାୟକଙ୍କ
ସମେତ ବିଭିନ୍ନ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟ ମଞ୍ଚାସିନ ଥିଲେ। ନବୀନ ସରକାର ବିକାଶ ବାର୍ତ୍ତାକୁ ଉପସ୍ଥିତ ନେତାମାନେ ବକ୍ତବ୍ୟରେ କହିଥିଲେ। ଏହି ଅବସରରେ ମୁଥାଗାଡିଆ ପଞ୍ଚାୟତ ସୁବର୍ଣ୍ଣଦେଇପୁରର ଅନେକ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଥିଲେ । ଉକ୍ତ ଗ୍ରାମର ରମାକାନ୍ତ ନାୟକ, ନାରଣ ପରିଡା, ସୁବାଷ ଦାସ, ବଳରାମ ସାହୁ ପ୍ରମୁଖ ବିଜେଡିରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସହ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ବିଜେପି ଛାଡି ବିଜେଡିରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି ।





