Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯକ୍ଷ୍ମା ରୋଗୀ ଚିହ୍ନଟ ତାଲିମ

by ସଞ୍ଜୟ ସ୍ୱାଇଁ
October 7, 2023
in Health, Nayagarh, State
ଯକ୍ଷ୍ମା ରୋଗୀ ଚିହ୍ନଟ ତାଲିମ
118
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଡାକ୍ତର ଲୋରେନ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଯକ୍ଷ୍ମା ରୋଗୀ ଚିହ୍ନଟ ଉପରେ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ବିଭାଗର ସମ୍ପ୍ରସାରଣ ଅଧିକାରୀ ପ୍ରଭାକର ପଳେଇ ଓ ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ପ୍ରଶିକ୍ଷକ ଭାବେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱେଚ୍ଛାସେବୀମାନେ ଘର କୁ ଘର ବୁଲି ଯକ୍ଷ୍ମା ରୋଗ ଉପରେ କିପରି ସଠିକ ଭାବେ ସଚେତନ କରିବେ ଓ ରୋଗ ନିରୂପଣ କରିପାରିବେ ସେ ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା ।

କୌଣସି ଲୋକଠାରେ ଯକ୍ଷ୍ମା ରୋଗର ଲକ୍ଷଣ ଦେଖାଦେଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ବିନା ମୂଲ୍ୟରେ କଫ ପରୀକ୍ଷା କରାଇ ଉପଯୁକ୍ତ ଔଷଧ ସେବନ କରିବାକୁ ପରାମର୍ଶ ପ୍ରଦାନ କରାଯାଇଥିଲେ । ଦୀର୍ଘ ଦିନ ଧରି ଜ୍ଵର ଲାଗି ରହିବା, ଓଜନ କମିଯିବା, ଦୁଇ ସପ୍ତାହରେ ଅଧିକ ଦିନ ଧରି କାଶ ଲାଗି ରହିବା, ଛାତିରେ ଯନ୍ତ୍ରଣା ହେବା ଓ କଫରେ ରକ୍ତ ପଡିବା ଆଦି ଯକ୍ଷ୍ମା ରୋଗର ଲକ୍ଷଣ ହୋଇପାରେ ବୋଲି ବୁଝାଇ କୁଯାଇଥିଲା । ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନଙ୍କ ତତ୍ତ୍ଵାବଧାନରେ ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱେଚ୍ଛାସେବୀମାନଙ୍କୁ ନେଇ ବାଇଶ ଗୋଟି ଦଳ ଗଠନ କରାଗଲା ଓ ପ୍ରତିଟି ଦଳ ସାତ ଶହରୁ ଉର୍ଦ୍ଧ ଜନସଂଖ୍ୟା ବିଶିଷ୍ଠ ଗ୍ରାମକୁ ଯାଇ ରୋଗ ଚିହ୍ନଟ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ଏହି ତାଲିମ କାର୍ଯ୍ୟକ୍ରମରେ ଡାକର ଶୁଭଶ୍ରୀ ମହାନ୍ତି, ମନୋରଞ୍ଜନ ସାହୁ, ରିଆଜ ଅହମ୍ମଦ ମଲ୍ଲିକ ,ସ୍ୱାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!