Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ପାଇଁ ସ୍ୱାମୀକୁ ମାରିଲା ସ୍ତ୍ରୀ

by ସଞ୍ଜୟ ସ୍ୱାଇଁ
October 10, 2023
in Crime, State
ମୋବାଇଲ ପାଇଁ ସ୍ୱାମୀକୁ ମାରିଲା ସ୍ତ୍ରୀ
113
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଯାହାର ହାତ ଧରି ଘର ସଂସାର ଗଢ଼ିଥିଲେ, ତାକୁ ମାରିଦେଲେ! ନିଜ ହାତରେ ନିଜ ମଥାର ସିନ୍ଦୂର ପୋଛି ଦେଲେ ମହିଳା! ସାମାନ୍ୟ ମୋବାଇଲ୍‌ଟିଏ ପାଇଁ ଅତି ନିର୍ମମ ଭାବେ ଶୋଇଥିବା ଅବସ୍ଥାରେ ସ୍ୱାମୀଙ୍କୁ ଶାବଳରେ ପିଟି ହତ୍ୟା କଲେ ସ୍ତ୍ରୀ। ଏପରି ବୀଭତ୍ସ ହତ୍ୟାକାଣ୍ଡ କେନ୍ଦୁଝର ଟାଉନ୍ ଥାନା ଅଞ୍ଚଳରେ ଘଟିଛି। ପୁଲିସ୍ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି। କୋଡ଼ିପଷା ଗାଁ ଜୁଆଙ୍ଗ ସାହିର ତୁରା ଜୁଆଙ୍ଗ ସୋମବାର ମଧ୍ୟାହ୍ନରେ ତାଙ୍କ ପତ୍ନୀ ସୁମିତାଙ୍କୁ ତାଙ୍କ ମୋବାଇଲ୍ ମାଗିଥିଲେ। ହେଳେ ସୁମିତା ନିଜ ମୋବାଇଲ୍ ତୁରାଙ୍କୁ ଦେଇନଥିଲେ। ଯେଉଁଥିପାଇଁ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଅପରାହ୍ନରେ ତୁରା ଶୋଇଥିଲେ। ସେହି ସମୟରେ ସୁମିତା ଶାବଳରେ ତାଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ତା’ପରେ ଘର ଛାଡ଼ି ପଳାଇ ଯାଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡ଼ିଥିବା ଦେଖି ଗାଁ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଗାଁରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ବର୍ତ୍ତମାନ ସୁଦ୍ଧା ସୁମିତା ଫେରାର ଅଛନ୍ତି। ତେବେ ଏଠି ପ୍ରଶ୍ନ ଉଠୁଛି, ମୋବାଇଲ୍‌ରେ କ’ଣ ଥିଲା? ସୁମିତା କାହିଁକି ନିଜ ମୋବାଇଲ ଦେଇନଥିଲେ? ସେଥିରେ କିଛି ଗୁପ୍ତ ତଥ୍ୟ ଥିଲା କି? ପୁଲିସ୍ ମାମଲା ରୁଜୁ କରି ଏମିତି ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!