Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟନାରାୟଣଙ୍କୁ ଟାର୍ଗେଟ କଲେ ଲେନିନ୍‌, ଜୟନାରାୟଣଙ୍କ ମାନସିକ ସ୍ଥିତି ଠିକ ନାହିଁ

by ସଞ୍ଜୟ ସ୍ୱାଇଁ
October 10, 2023
in Politics, State
ଜୟନାରାୟଣଙ୍କୁ ଟାର୍ଗେଟ କଲେ ଲେନିନ୍‌, ଜୟନାରାୟଣଙ୍କ ମାନସିକ ସ୍ଥିତି ଠିକ ନାହିଁ
70
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିରୋଧୀ ଦଳ ନେତା ଜୟନାରଣ ମିଶ୍ରଙ୍କୁ ବିଜେଡିର ଟାର୍ଗେଟ । ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଲେ- ଜୟନାରାୟଣ ମିଶ୍ରଙ୍କ ମାନସିକ ସ୍ଥିତି ଠିକ୍ ନାହିଁ । କୋଲକାତାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ସକ୍ ଟ୍ରିଟମେଣ୍ଟକୁ ଡରି ଲୁଚିକି ପଳାଇ ଆସିଛନ୍ତି । ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳି ଚାଉଳି ହେଉଛନ୍ତି । ଏହାସହ ତାଙ୍କୁ ତୁରନ୍ତ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପରାମର୍ଶ ଦେଇଛନ୍ତି । ଲେନିନ କହିଛନ୍ତି, ‘କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିଥିବା ବେଳେ ଜୟନାରାୟଣ ମିଶ୍ର କୋଲକାତାର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ତେଣୁ ସେତେବେଳେ କ’ଣ ଘଟିଥିଲା ତାହା ଜାଣିବା ତାଙ୍କ ପକ୍ଷେ ସମ୍ଭବ ପର ନଥିଲା । ସେଥିପାଇଁ ଗଣମାଧ୍ୟମ ସାମ୍ନାରେ ପୁଣି ନିଜର ପାଗଳାମି ଦେଖାଇଛନ୍ତି । ମନମୋହନଙ୍କୁ ସମ୍ବାଲପୁର ନଯିବାକୁ ପରାମର୍ଶ । ଏହି କ୍ରମରେ ବିଜେପି ରାଜ୍ୟ ସଭାପତି ସାମଲଙ୍କୁ ସମ୍ବଲପୁର ନଯିବାକୁ ଲେନିନ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ‘ମନମୋହନ ବାବୁଙ୍କୁ ଅନୁରୋଧ, ତୁରନ୍ତ ଜୟନାରାୟଣଙ୍କ ଚିକିତ୍ସା ବ୍ୟବସ୍ଥା କରାନ୍ତୁ । ଚିକିତ୍ସା ନସରିଲା ପର‌୍ୟ୍ୟନ୍ତ ଦୟାକରି ସମ୍ବଲପୁର ଯାଆନ୍ତୁନି । ନଚେତ ବଲାଙ୍ଗୀରରେ ସିନା ଆପଣ ଅଳ୍ପକେ ମାଡ ଖାଇବାରୁ ବର୍ତ୍ତିଗଲେ, ହେଲେ ସମ୍ବଲପୁରରେ ଜୟନାରାୟଣ ମିଶ୍ରଙ୍କ ବାଚଳାମିରୁ ବର୍ତ୍ତି ପାରିବେ ନାହିଁ । ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ସହ କଣ ଘଟିଥିଲା ସେ କଥା ବି ମନମୋହନଙ୍କୁ ମନେ ପକାଇ ଦେଇଛନ୍ତି ଲେନିନ । ଏହାସହ ଜୟନାରାୟଣଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଅଣଦେଖା ନକରିବାକୁ ସବୁ ବିଜେପି ନେତାଙ୍କୁ ପରାମର୍ଶ ଦେବା ସହ ତୁରନ୍ତ ଉତ୍ତମ ଚିକିତ୍ସା ସୁବିଧା ଉପଲବ୍ଧ କରାଇବାକୁ ପରାମର୍ଶ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!