Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଡିଓ କଲିଂରେ ମନ୍ତ୍ରୀ ଅରୁଣ

by ସଞ୍ଜୟ ସ୍ୱାଇଁ
July 5, 2020
in Planning and Development, Politics
ଭିଡିଓ କଲିଂରେ ମନ୍ତ୍ରୀ ଅରୁଣ
77
VIEWS
Share on FacebookShare on Twitter

ବୁଝିଲେ ନର୍ବାଚନମଣ୍ଡଳୀ ସମସ୍ୟା

ନୟାଗଡ଼,(ବାଘୁଆବାର୍ତ୍ତା): ସଦାସର୍ବଦା ଚର୍ଚ୍ଚାରେ ରହିଆସିଥିବା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣକୁମାର ସାହୁ ଆଜି ଭିଡିଓ କଲିଂ ମାଧ୍ୟମରେ ନୟାଗଡ଼ ନିର୍ବାଚନ ମଣ୍ଡଳୀର ବହୁ ଜନସାଧାରଣଙ୍କ ସହିତ ସଂଶ୍ଳିଷ୍ଟ ହୋଇ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ । ମୁଖ୍ୟତଃ କରୋନା ସମୟରେ ରାଜନୈତିକ କାର୍ଯ୍ୟ ବନ୍ଦ ରହିଥିବାରୁ ଆଜି ସେ ଯୁବ, ଛାତ୍ର, ମହିଳା, ଶ୍ରମିକ ଓ ବିଭିନ୍ନ ସଂଗଠନର ନେତୃମଣ୍ଡଳୀଙ୍କ ସହିତ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ଆଲୋଚନା କରିଛନ୍ତି । କରୋନା ସମୟରେ ଜୀବନ ଓ ଜୀବିକା ସହିତ କିପରି ଲଢିବା ଏଥିସହିତ ରାଜନୈତିକ କାର୍ଯ୍ୟ ଅନ୍‌ଲାଇନ୍ ମାଧ୍ୟମରେ କରିବା ପାଇଁ ପରାମର୍ଶ ଦେଇଛନ୍ତି । ରାଜ୍ୟ ସରକାର କୃଷିକ୍ଷେତ୍ରକୁ ଅଗ୍ରାଧିକାର ଦେଇଛନ୍ତି । କୃଷିକ୍ଷେତ୍ର ପ୍ରତି କୌଣସି କରୋନା କଟକଣା ନଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅନ୍ୟଏକ ପକ୍ଷରେ କରୋନା ସମସ୍ତଙ୍କୁ କିଛି ଶିକ୍ଷା ଦେଇଛି ଆଗାମୀ ଦିନରେ ଏହି ଭିଡିଓ କଲିଂ ମାଧ୍ୟମରେ ସମସ୍ତ ରାଜନୈତିକ କାର୍ଯ୍ୟ ଚାଲୁରହିବ । ମୁଖ୍ୟତଃ ସମୟର ବ୍ୟବହାର, ସଂଗଠନକୁ ସୁଦୃଢ଼ କରିବା, ନୂଆ ଯୁବକମାନଙ୍କୁ ରାଜନୈତିକ କ୍ଷେତ୍ରରେ ପ୍ରବେଶ କରିବା ପାଇଁ ପରାମର୍ଶ ଦେବା ଓ ସେମାନଙ୍କ ସହିତ ଜଡିତ ରହିବା ପାଇଁ ପରାମର୍ଶ ଦେଇଛନ୍ତି । ଅନ୍‌ଲାଇନ୍ ମାଧ୍ୟମରେ ପ୍ରତ୍ୟେକ ଦିନ ସମସ୍ତ ସଂଗଠନ ସହିତ ସୁସମ୍ପର୍କ ରଖି କିପରି ବିଜୁ ଜନତା ଦଳ ସୁଦୃଢ଼ ହେବ ଏହା ଉପରେ ପରାମର୍ଶ ଦେଇଛନ୍ତି । ସମସ୍ତେ ମାସ୍କ ପିନ୍ଧିବା, ସାମାଜିକ ଦୁରତା ରକ୍ଷା କରିବା ଓ ସମସ୍ତଙ୍କୁ ସଚେତନତା କରାଇବା ପ୍ରତ୍ୟେକ ରାଜାନୈତିକ ବ୍ୟକ୍ତିଙ୍କର ମୁଖ୍ୟ କର୍ତ୍ତବ୍ୟ ହୋଇ ରହୁ । ସମାଜସେବାରେ ସ୍ୱେଚ୍ଛାସେବୀଭାବେ ଠିଆହେବା ନିତାନ୍ତ ଆବଶ୍ୟକ । କରୋନା ଯୋଦ୍ଧାରେ ରାଜନୈତିକ ବ୍ୟକ୍ତିମାନଙ୍କର ସଂଶ୍ଳିଷ୍ଟ ଅଧିକ ରହିଛି । ତେଣୁ ସମସ୍ତେ ସମାଜସେବାରେ ବ୍ରତୀ ହେବାପାଇଁ ଆହ୍ୱାନ ଦେଇଛନ୍ତି । ଆଜି ନିଜ ବାସଭବନରୁ ଭିଡିଓ କଲିଂ ମାଧ୍ୟମରେ ନୟାଗଡ଼ ନିର୍ବାଚନ ମଣ୍ଡଳୀର ସମସ୍ତ ବର୍ଗର ଲୋକଙ୍କ ସହିତ ଜଡ଼ିତ ରହି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ କର୍ମୀମାନଙ୍କୁ ଅବଗତ କରାଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!