Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିପତି ଡାକ୍ତରଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା ସହ ବିଦେଶୀ ନୋଟ, ସିବିଆଇ ଛାନିଆ

by ସଞ୍ଜୟ ସ୍ୱାଇଁ
October 13, 2023
in Crime, State
କୋଟିପତି ଡାକ୍ତରଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା ସହ ବିଦେଶୀ ନୋଟ, ସିବିଆଇ ଛାନିଆ
177
VIEWS
Share on FacebookShare on Twitter

ପାରାଦୀପ, (ବାଘୁଆବାର୍ତ୍ତା): କୋଟିପତି ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କୁ ଗତକାଲିଠୁ ଘାଣ୍ଟୁଛି ସିବିଆଇ। ବର୍ତ୍ତମାନ ସୁଦ୍ଧା ତାଙ୍କ ଘରୁ ପୁଳା ପୁଳା ଟଙ୍କା ମିଳିବା ସହ ଫରେନ କରେନ୍ସି ଜବତ କରାଯାଇଛି। ଏହାସହରାଜେନ୍ଦ୍ରଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ସିବିଆଇକୁ ମିଳିଛି। ଯାହାକୁ ଦେଖି ତାଜୁବ ହୋଇଯାଇଛନ୍ତି ସିବିଆଇ ଅଧିକାରୀ। ଆଜିବି ରାଜେନ୍ଦ୍ରଙ୍କୁ ମରାଥନ୍ ଜେରା କରୁଛି ସିବିଆଇ। ଜାହାଜର କ୍ରିଉ ମେମ୍ବରଙ୍କୁ କୋଭିଡ୍ କ୍ଲିୟରାନ୍ସ ସାର୍ଟିଫିକେଟ ଦେବାକୁ ଆର୍‌.ଏନ୍ ପାଣିଗ୍ରାହୀ ଉକ୍ତ ଶିପିଂ ଏଜେଣ୍ଟଙ୍କୁ ମାଗିଥିଲେ ଲକ୍ଷେରୁ ଅଧିକ ଟଙ୍କା। ୭୦ ଜଣ କ୍ରିଉ ମେମ୍ବରଙ୍କୁ କୋଭିଡ୍ କ୍ଲିୟରାନ୍ସ ସାର୍ଟିଫିକେଟ ଦେବାକୁ ଜଣ ପିଛା ୧୫୦୦ ଟଙ୍କା ଲେଖାଏଁ ଦେବାକୁ କହିଥିଲେ। ଗତକାଲି ଶିପିଂ ଏଜେଣ୍ଟଙ୍କ ଠାରୁ ରାଜେନ୍ଦ୍ର ୫୦ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ଛକି ରହିଥିବା ସିବିଆଇ ଅଧିକାରୀ ନାରାୟଣ ଲାଞ୍ଚ ନେବାବେଳେ ମାଡ଼ି ବସିଥିଲେ। ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ୧୦ ଜଣିଆ ସିବିଆଇ ଟିମ୍ ଡକ୍ଟର ଆର୍‌.ଏନ୍ ପାଣିଗ୍ରାହୀଙ୍କୁ ପଚରାଉଚରା କରିଥିଲେ। ଏହାସହ ଗତକାଲି ରାଜେନ୍ଦ୍ରଙ୍କ ପାରାଦୀପରେ ଅଫିସ୍ ସମେତ ଜେ.ବି କଲୋନୀରେ ଥିବା କ୍ୱାର୍ଟର୍ସ ଓ ହାଉସିଂ ବୋର୍ଡ କଲୋନୀରେ ଥିବା ଭଡ଼ା ଘରେ ମଧ୍ୟ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ଦୁଇଟି ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ମିଳିଛି। ଏହାସହ ବିଛଣା ତଳୁ, ବାଥରୁମରୁ କୋଟିଏ ପାଖାପାଖି ଟଙ୍କା ସହ ବିପୁଳ ପରିମାଣର ଫରେନ କରେନ୍ସି ଜବତ କରାଯାଇଛି। ପାରାଦୀପ ବ୍ୟତୀତ ବାଲେଶ୍ୱର ଓ କଟକରେ ଥିବା ଘରେ ମଧ୍ୟ ସିବିଆଇ ଚଢ଼ାଉ କରି ବିପୁଳ ଟଙ୍କା ଓ ସୁନା ଅଳଙ୍କାର ଜବତ କରିଥିବା ସୂଚନା ମିଳିଛି। ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଏବଂ କମ୍ପ୍ୟୁଟର ହାର୍ଡ ଡିସ୍କ ସିବିଆଇ ଜବତ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!