Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି ଭାରତରତ୍ନ ଡ.ଅବଦୁଲ କାଲାମଙ୍କ ୯୨ତମ ଜନ୍ମବାର୍ଷିକ ପାଳିତ

by ସଞ୍ଜୟ ସ୍ୱାଇଁ
October 15, 2023
in Feature News
ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି ଭାରତରତ୍ନ ଡ.ଅବଦୁଲ କାଲାମଙ୍କ ୯୨ତମ ଜନ୍ମବାର୍ଷିକ ପାଳିତ
294
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମିଶାଇଲ ମ୍ୟାନ,ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି ଭାରତରତ୍ନ ସ୍ୱର୍ଗତ ଡ.ଏ.ପି.ଜେ ଅବଦୁଲ କାଲାମଙ୍କ ୯୨ତମ ଜନ୍ମବାର୍ଷିକୀ ନୟାଗଡ଼ ଅବଦୁଲ କାଲାମ ସ୍ମୃତି କମିଟି ଏବଂ ଶିକ୍ଷକ ସମାଜ ପକ୍ଷରୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ,ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସ୍ମୃତିକମିଟି ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ନିରାଡ଼ମ୍ବର ଉତ୍ସବରେ ମୁଖ୍ୟ ଅତିଥିଭାବେ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ,ସମ୍ମାନୀତ ଅତିଥିଭାବେ ସମାଜସେବୀ ଦାମୋଦର ସାହୁ,ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ସଞ୍ଜୟ କୁମାର ମଲ୍ଲିକ ଏବଂ ଧନେଶ୍ୱର ସେଠୀ, ଓଷ୍ଟା ରାଜ୍ୟ ସଂପାଦକ ମାଣିକେଶ୍ୱର ସ୍ୱାଇଁ,ନୟାଗଡ଼ ଜିଲ୍ଲା ପ୍ରାଥମିକ ଶିକ୍ଷକସଂଘ ସମ୍ପାଦକ ଭକ୍ତରଂଜନ ମିଶ୍ର ପ୍ରମୁଖ ଯୋଗଦାନ କରି ଡ.କଲାମଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଆହ୍ୱାନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ବ୍ଳକ ଶିକ୍ଷକସଂଘ ନେତା ବିପିନ ବିହାରୀ ଦାସ,ପୀତବାସ ପ୍ରଧାନ,ଲକ୍ଷ୍ମୀଧର ସାହୁ,ସନ୍ତୋଷ ସାହୁ, ଅଶୋକ ମଲ୍ଲ,ଉମେଶ ସ୍ୱାଇଁ,ରବିନ୍ଦ୍ର କୁମାର ସାହୁ,ସଲିମ ଇବ୍ରାହୀମ,ଶରତ ପାଳ,ଚିତ୍ତରଂଜନ ଦାଶ ପ୍ରମୁଖ ଯୋଗଦାନ କରି ଶିକ୍ଷକ ସମାଜ ଦ୍ୱାରା ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ ଏବଂ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା ବେଳେ କାର୍ଯ୍ୟାଳୟ ସହକାରୀ ଦିନେଶ ରାଉତରା ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!