ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଜଣେ ସ୍ୱାସ୍ଥ୍ୟ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଗଣିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଏହି କର୍ମଚାରୀଙ୍କୁ କରୋନା ହୋଇଥିବା ବେଳେ ତାଙ୍କୁ କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଛି । ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ ବୋଲି ଜଣାଯାଇଛି ।






