Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ

by ସଞ୍ଜୟ ସ୍ୱାଇଁ
October 19, 2023
in Politics, State
ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ
156
VIEWS
Share on FacebookShare on Twitter

ଭୁବେନଶ୍ଵର, (ବାଘୁଆବାର୍ତ୍ତା): ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ବୁଧବାର ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ବର୍ତ୍ତମାନ ରାଜ୍ୟପାଳ ଥିବା ଗଣେଶୀ ଲାଲଙ୍କ ସ୍ଥାନ ନେବେ। ରଘୁବର ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ଇନ୍ଦ୍ରସେନ ରେଡ୍ଡୀ ଲାଲୁଙ୍କୁ ତ୍ରିପୁରା ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ୧୯୫୫ ମସିହା ମେ ୩ରେ ଅବିଭକ୍ତ ବିହାରରେ ଜନ୍ମଗ୍ରହଣ କରିଥିବା ରଘୁବର ଜାମସେଦପୁର କୋପୋରେଟିଭ୍ କଲେଜରୁ ଶିକ୍ଷାଲାଭ କରିଥିଲେ। ୧୯୮୦ ମସିହାରେ ବିଜେପିର ଗଠନ ବେଳେ ରଘୁବର ଦଳର ପ୍ରତିଷ୍ଠାତା ସଦସ୍ୟ ଥିଲେ। ପୂର୍ବ ଜାମସେଦପୁର ଆସନରୁ ୧୯୯୫ରେ ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହି ଆସନରୁ ସେ ୨୦୧୯ ଯାଏ କ୍ରମାଗତ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ଝାଡ଼ଖଣ୍ଡର ଉପମୁଖମନ୍ତ୍ରୀ ଦାୟିତ୍ଵ ନିର୍ବାହ କରିଥିଲେ। ୨୦୧୪ରୁ ୨୦୧୯ ଯାଏ ସେ ଝାଡ଼ଖଣ୍ଡର ଷଷ୍ଠ ତଥା ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ କାର‌୍ୟ୍ୟ କରିଥିଲେ। ଏହା ପୂର୍ବରୁ ଝାଡ଼ଖଣ୍ଡ ବିଜେପିର ଦୁଇ ଥର ରାଜ୍ୟ ସଭାପତି ଥିଲେ। ବର୍ତ୍ତମାନ ସେ ଜାତୀୟ ବିଜେପିର ଉପସଭାପତି ପଦରେ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!