Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇସକ୍ରିମ ଫ୍ରିଜ ଭିତରେ ମଦ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
October 22, 2023
in Crime, State
ଆଇସକ୍ରିମ ଫ୍ରିଜ ଭିତରେ ମଦ, ୫ ଗିରଫ
72
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ପାର୍ବଣ ଋତୁରେ ଚୋରା ମଦ ବେପାରୀଙ୍କୁ ଅବକାରୀ ବିଭାଗର ଷ୍ଟ୍ରୋକ । ଫ୍ରିଜ ଓ ଆଇସକ୍ରିମ ଫ୍ରିଜରରେ ଚୋରା ମଦ ରଖି ବିକ୍ରି ବେଳେ ମାଡି ବସିଲା ଅବକାରୀ ବିଭାଗ । ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଭାବେ ରେଡ୍ କରାଯାଇଛି । ଉପ-ଅଧିକ୍ଷକ ଅନିତା ପ୍ରଧାନ , ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ସୁଶ୍ରୀ ସଂଗୀତା ମହାନ୍ତି ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଚଢ଼ଉ ଜାରି ରହିଛି । ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଅନ୍ତର୍ଗତ ବେତାଳିଗାଁ ବଜ଼ାର ଓ ଆରଡ଼ି ବଜ଼ାର ଅଞ୍ଚଳରେ ଚଢଉ କରାଯାଇ ପ୍ରାୟ ୫୦ ଲିଟର ବିଦେଶୀ ମଦ , ୧୩୩ ଲିଟର ବିୟର , ୧୦ ଲିଟର ଆସ୍କା ଫର୍ଟି ମଦ ଏବଂ ୨ ଗୋଟି ଫ୍ରିଜ ଜବତ କରାଯାଇଛି । ଏଥିରେ ସମ୍ପୃକ୍ତ ମୋଟ ୫ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଧୁଷୁରୀ ଥାନା ଅନ୍ତର୍ଗତ କୁଳସାହି ଗ୍ରାମର ସୋମନାଥ ସାମଲ ଓରଫ କାଳିଆ , ବେତାଳିଗାଁ ଗ୍ରାମର ଵାପିନା ମଳିକ ଓ ପଙ୍କଜ ନାୟକ ଏବଂ ଆରଡ଼ି ଗ୍ରାମର ପ୍ରତାପ କୁମାର ପାଢ଼ୀ ଓରଫ ଧନ କ୍ଷ ଜବତ ମଦ,ବିଅର ଓ ଫ୍ରିଜର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏସ୍‌.ଆଇ ଶ୍ରୀ ସନ୍ଦୀପ କୁମାର ପାଢ଼ୀ ଓ ରବି ବେହେରା , ଏ.ଏସ୍‌.ଆଇ ପ୍ରହଲ୍ଲାଦ ସାମଲ, ଦୀପକ ରାଉତ,ସନ୍ତୋଷ ଦାସ, ରମେଶ ନାୟକ ଓ ରଶ୍ମିରେଖା ଜେନା, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ଶିବପ୍ରସାଦ ସାହୁ, ସୁବାଶିଷ ରାଉତ, ମିଥୁନ ଜେନା, ସୁଦର୍ଶନ ପଲ୍ଲାଇ, ରୁଦ୍ରନାରାୟଣ ଦାସ, ଜେମାମଣୀ ଜାମୁଡା, ଶୁଭ୍ରାମିନି ଦାସ ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ୪ଟି ମାମଲା ରୁଜ୍ଜୁ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!