Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଟ୍ରେନ୍ ମୁହାଁମୁହିଁ ଧକ୍କା, ୧୫ ମୃତ, ୧୦୦ରୁ ଅଧିକ ଆହତ

by ସଞ୍ଜୟ ସ୍ୱାଇଁ
October 23, 2023
in Accident, NATIONAL NEWS, WORLD
ଦୁଇ ଟ୍ରେନ୍ ମୁହାଁମୁହିଁ ଧକ୍କା, ୧୫ ମୃତ, ୧୦୦ରୁ ଅଧିକ ଆହତ
267
VIEWS
Share on FacebookShare on Twitter

ଢାକା, (ବାଘୁଆବାର୍ତ୍ତା): ବାଂଲାଦେଶରେ ଘଟିଛି ଭୟଙ୍କର ରେଳ ଦୁର୍ଘଟଣା । ଦୁଇଟି ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁଁ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବହୁ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ପୁଲିସ କହିଛି। ରାଜଧାନୀ ଢାକା ଠାରୁ ପ୍ରାୟ ୮୦ କିଲୋମିଟର ଦୂର ଭୈରବରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରାକରେ ବିପରୀତ ଦିଗରୁ ଆସୁଥିବା ଏକ ପାସେଞ୍ଜର ଓ ଏକ ମାଲ୍ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଲାଇନଚ୍ୟୁତ ସହ ଛିନଛତ୍ର ହୋଇ ଯାଇଥିବା ବଗି ମଧ୍ୟରେ ଅନେକ ଲୋକ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଚାଲିଛି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ଭୈରବ ରେଳ ପୁଲିସ ଷ୍ଟେସନ ଦାୟିତ୍ୱରେ ଥିବା ମହମ୍ମଦ ଆଲିମ ହୁସେନ୍ ଶିକଦାର କହିଛନ୍ତି ଯେ ଢାକା ଯାଉଥିବା ପାସେଞ୍ଜର ଟ୍ରେନ୍ ‘ଇଗାରୋସିନ୍ଦୁର ଏକ୍ସପ୍ରେସ ଗୋଧୂଳି’ ଏବଂ କିଶୋରଗଞ୍ଜ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନ୍ ମଧ୍ୟରେ ଦୁର୍ଘଟଣା ଘଟିଛି। ମାଲ ଗାଡ଼ି ସାମ୍ନା ପଟୁ ଆସୁଥିବା ଯାତ୍ରୀବାହୀ ଟ୍ରେନକୁ ଧକ୍କା ଦେଇଛି। ଏଥିଯୋଗୁ ଯାତ୍ରୀବାହୀ ଟ୍ରେନର ଏକାଧିକ ବଗି ଲାଇନଚ୍ୟୁତ ହୋଇଯାଇଛି। ଖବର ପାଇ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଏବେ ଲାଇନଚ୍ୟୁତ ବଗି ମଧ୍ୟରେ ଫସି ରହିଥିବା ଲୋକଙ୍କୁ ସେମାନେ ଉଦ୍ଧାର କରିବାରେ ଲାଗିଛନ୍ତି। ବଗି ତଳେ ଅନେକ ଲୋକ ପଡ଼ି ରହିଥିବା ଉଦ୍ଧାରକାରୀ ଦଳ ଦେଖିବାକୁ ପାଇଛନ୍ତି। ଲାଇନଚ୍ୟୁତ ବିଗ ଗୁଡ଼ିକୁ କଟା ଯାଇ ଲୋକଙ୍କୁ ବାହାରକୁ ଆଣିବା ପାଇଁ ପ୍ରୟାସ କରାଯାଉଥିବା ଜଣାପଡିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!