Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
November 2, 2023
in Crime, State
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
287
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଅକ୍ଟୋବର ୩୦ ତାରିଖରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଥିବା ବେଳେ ଆଜି ରାଜ୍ୟରେ ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଜଣ ସରକାରୀ ଅଧିକାରୀ। ସେମାନଙ୍କ ମଧ୍ୟରୁ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ) ଓ ଅନ୍ୟ ଜଣେ କନିଷ୍ଠ ଯନ୍ତ୍ରୀ (ଜେଇଇ)। କନିଷ୍ଠ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ମହିଳା। ତାଙ୍କ ନାଁ ସାଗରିକା ମହାନ୍ତି। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଏନ୍‌ଏସିରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସାଗରିକା ମହାନ୍ତି ଜଣେ ବ୍ୟକ୍ତିଙ୍କ ଘରର ନକ୍ସାକୁ ଅନୁମତି ଦେବାକୁ ଫାଇଲ୍ କାମ ଆଗେଇ ନେବାକୁ ଲାଞ୍ଚ ମାଗିଥିଲେ। ଆଜି ସେ ଅଭିଯୋଗକାରୀଙ୍କଠାରୁ ୪୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ସାଗରିକା ମହାନ୍ତି ଲାଞ୍ଚ ଅର୍ଥ ସହିତ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଏହି ଘଟଣାରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!