ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୨୦୧ରେ ପଂହଚିଛି । ସେଥିମଧ୍ୟରେ ଆଜି ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସରକାର ସୂଚନା ଦେଇଥିବା ବେଳେ ବାସ୍ତବରେ ଜିଲ୍ଲାରୁ ଆଜି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା କୋଭିଡ୍ ନୋଡାଲ ଅଧିକାରୀ ଧନରାଜ୍ ଏଚ୍ଡି ସୂଚନା ଦେଇଛନ୍ତି । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଖଳିସାହି ଅଂଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଡ଼ଗାଁ ଓ ନୂଆଗାଁ ବ୍ଲକର ଦୁଇ ଜଣ ଶିଶୁ କନ୍ୟା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ସମୟରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।





