Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ନେଇଗଲେବୋଲି ଜୀବନ ହାରିଲେ ଛାତ୍ର

by ସଞ୍ଜୟ ସ୍ୱାଇଁ
November 3, 2023
in Crime, State
ମୋବାଇଲ ନେଇଗଲେବୋଲି ଜୀବନ ହାରିଲେ ଛାତ୍ର
167
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ହାତରେ ମୋବାଇଲ ଥିବା ବେଳେ ଛଡ଼ାଇ ନେଲେ ହଷ୍ଟେଲ କର୍ତ୍ତୃପକ୍ଷ । ଏଥିଯୋଗୁ ବିଚଳିତ ହୋଇ ପଡ଼ିଥିବା ଛାତ୍ରଜଣକ ଶେଷରେ ଜୀବନ ହାରିଦେଲେ । ଏପରି ଏକ ଅସ୍ୱାଭାବିକ ଘଟଣା ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ୫୭ ନଂ ଜାତୀୟ ରାଜପଥ ଚଣ୍ଡିଚୁଆ ଛକ ନିକଟରେ ଘଟିଛି। ମୃତ ଛାତ୍ରଜଣଙ୍କର ଘର ଗଜପତି ଜିଲା ହୁମାରେ ବୋଲି ଜଣାଯାଇଛି। ଛାତ୍ରଜଣକ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଚଣ୍ଡିଚୁଆ ଛକ ନିକଟରେ ଥିବା ଏକ ଘରୋଇ ସ୍କୁଲରେ ଦଶମ ଶ୍ରେଣୀରେ ପଢ଼ୁଛନ୍ତି । ସେ ଗତ ଷଷ୍ଠ ଶ୍ରେଣୀରୁ ଉକ୍ତ ସ୍କୁଲର ହଷ୍ଟେଲରେ ରହି ପଢ଼ି ଆସୁଛନ୍ତି। ସ୍କୁଲ ହଷ୍ଟେଲ ଭିତରେ ମୋବାଇଲ ବ୍ୟବହାର ପାଇଁ ଅନୁମତି ନାହିଁ। ମାତ୍ର ଗତ ରାତିରେ ଛାତ୍ରଜଣକ ଏକ ମୋବାଇଲରେ କାହା ସହ କଥା ହେଉଥିଲେ। ହଷ୍ଟେଲ କର୍ତ୍ତୃପକ୍ଷ ଏହାଦେଖି ତୁରନ୍ତ ଉକ୍ତ ଛାତ୍ରଙ୍କଠାରୁ ମୋବାଇଲ ଛଡ଼ାଇ ନେଇଥିଲେ। ଏହାପରେ ଆଜି ସକାଳେ ଉକ୍ତ ଛାତ୍ରଙ୍କ ମୃତଦେହ ହଷ୍ଟେଲ ପରିସରର ଥିବା ଗଛରେ ଝୁଲନ୍ତା ଅବସ୍ଥାରେ ସହପାଠୀ ଦେଖିବାକୁ ପାଇଥିଲେ। ପୁଲିସ, ମାଜିଷ୍ଟ୍ରେଟ ଏବଂ ସାଇଣ୍ଟଫିକ ଟିମ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ଏନେଇ ମୃତକଙ୍କ ପରିବାରକୁ ଖବର ଦିଆଯାଇଥିବା ବେଳେ ସେମାନେ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାଯାଇଛି। ପିଲାଟି ନିକଟରୁ ମୋବାଇଲ ଜବତ ହୋଇଥିବା ବେଳେ ତାହା କିପରି ହଷ୍ଟେଲକୁ ଗଲା ତାହା ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି। କେବଳ ସେତିକି ନୁହେଁ, ମୋବାଇଲ ଜବତ ବେଳେ ସ୍କୁଲ କର୍ତ୍ତୃପକ୍ଷ ଛାତ୍ରଟି ପ୍ରତି କିପରି ବ୍ୟବହାର କରିଥିଲେ, କୌଣସି କାର୍ଯ୍ୟାନୁଷ୍ଠାନର ଧମକ ଦେଇଥିଲେ କି ତାହା ଉପରୁ ପରଦା ହଟିନି। ନଚେତ ଦୀର୍ଘ ୫ ବର୍ଷ ଏକ ହଷ୍ଟେଲରେ ରହୁଥିବା ଛାତ୍ରଜଣକ କ’ଣ ପାଇଁ ଏପରି ଚରମ ପଦକ୍ଷେପ ନେଲେ ତାହା ଉପରୁ ପରଦା ହଟି ପାରୁନି। ଘଟଣାର ସବୁ ଦିଗକୁ ତଦନ୍ତ କରାଯାଉଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସଡିପିଓ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!