Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶକ୍ତିଶାଳୀ ହେଉଛି ବିଜେଡି, ବିଜେପିର ସମିତି ସଭ୍ୟ ପ୍ରାର୍ଥୀ ବିଜେଡିରେ

by ସଞ୍ଜୟ ସ୍ୱାଇଁ
November 11, 2023
in Nayagarh, Politics, State
ଶକ୍ତିଶାଳୀ ହେଉଛି ବିଜେଡି, ବିଜେପିର ସମିତି ସଭ୍ୟ ପ୍ରାର୍ଥୀ ବିଜେଡିରେ
845
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଦିନକୁ ଦିନ ଶକ୍ତିଶାଳୀ ହେଉଛି ବିଜେଡି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡିର ଏକ ଗଡ଼ ଭାବେ ପରିଚିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ଖୁସି ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନିତୀ ଆଦର୍ଶ ଓ ନିର୍ବାଚନ ମଣ୍ଡଳୀକୁ ରାଜ୍ୟରେ ଏକ ନମ୍ବର କରିବା ପାଇଁ ଯେଉଁ ପ୍ରଚେଷ୍ଟା ଜାରି ରଖିଛନ୍ତି ଏଥିରେ ବିରୋଧି ମାନେ ଛାନିଆ ହୋଇଛନ୍ତି । ବିରୋଧୀ ଦଳର ନେତା ମାନେ ବିଜେଡି ମୁହାଁ ହେଉଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ କାଳିକା ପ୍ରସାଦ ପଞ୍ଚାୟତରେ ବିଜେପି ସମର୍ଥନରେ ସମିତି ସଭ୍ୟ ପ୍ରାର୍ଥୀ ହୋଇଥିବା ସୁରେଶ ଦୋରା ଆଜି ବିଜେଡିରେ ଯୋଗ ଦେଇଛନ୍ତି । ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରୀ ଦୋରା ପହଞ୍ଚି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି । କାଳିକାପ୍ରସାଦ ପଞ୍ଚାୟତର କେଶରପୁର ଗ୍ରାମରେ ଶ୍ରୀ ଦୋରାଙ୍କ ନିଜ ଘର । ଉକ୍ତ ପଞ୍ଚାୟତକୁ ବିଜେଡିକୁ ଆହୁରି ଶକ୍ତିଶାଳୀ ଓ ସକ୍ରିୟ କରିବା ପାଇଁ ସଙ୍କଳ୍ପ ନେଇଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ପୂର୍ବତନ ସମିତି ସଭ୍ୟ ସୁଶାନ୍ତ କୁମାର ଭଟ୍ଟ ଓ ପୂର୍ବତନ ସରପଞ୍ଚ କାଳୁଚରଣ ରାଉତ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!