Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟି ତଳୁ ମିଳିଲା ଯୁବକଙ୍କ ଗଳିତ ମୃତଦେହ

by ସଞ୍ଜୟ ସ୍ୱାଇଁ
November 16, 2023
in Crime, State
ମାଟି ତଳୁ ମିଳିଲା ଯୁବକଙ୍କ ଗଳିତ ମୃତଦେହ
81
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ମାଟି ତଳୁ ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ଧାରିଖମଣ ଗାଁ ନିକଟ ଜଙ୍ଗଲରୁ ମିଳିଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍‌ର ସହଯୋଗ ନେଇପାରେ ପୋଲିସ । ଖବର ଅନୁଯାୟୀ ପଡ଼ିଆବେଡା-ଭୀମକୁଣ୍ଡ ରାସ୍ତାର ଅନ୍ଧାରିଖମଣ ଛକ ନିକଟ ଜଙ୍ଗଲରୁ ଏହି ଶବ ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକମାନେ ସକାଳେ ଜଙ୍ଗଲକୁ ଯାଇଥିବା ବେଳେ ରାସ୍ତା କଡରେ ପୋତା ଯାଇଥିବା ସ୍ଥାନରୁ ଦୁର୍ଗନ୍ଧ ଆସୁଥିଲା । ଯାହାପରେ ସ୍ଥାନୀୟ ପୋଡିଆବେଡା ସରପଞ୍ଚଙ୍କୁ ଜଣାଇ ଥିଲେ ସ୍ଥାନୀୟ ଲୋକେ । ଏହାପରେ ସରପଞ୍ଚ ଠାକୁରମୁଣ୍ଡା ଥାନାକୁ ଜଣାଇଥିଲେ । ସେପଟେ ଖବର ପାଇ ଘଟଣାସ୍ଥଳକୁ ଠାକୁରମୁଣ୍ଡା ଥାନା ଅଧିକାରିଣୀ , କରଞ୍ଜିଆ SDPO ଓ ସାଇଣ୍ଟିଫିକ ଟିମ ପହଞ୍ଚି ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ଉକ୍ତ ସ୍ଥାନକୁ ଖୋଳିଥିଲେ। ମାଟି ଖୋଳିବା ପରେ ଭିତରୁ ଏକ କମ୍ବଳରେ ଘୋଡ଼ାଇ ଦୌଡ଼ି ସାହାଯ୍ୟରେ ବନ୍ଧା ଯାଇଥିବା ମୃତଦେହ ମିଳିଥିଲା । ତେବେ ମୃତଦେହଟି ଜଣେ ଯୁବକଙ୍କ ହୋଇଥିବା ବେଳେ ପ୍ରାୟ ୧୫/୨୦ ଦିନ ପୂର୍ବରୁ କେହି ଦୁର୍ବୃତ୍ତ ହତ୍ୟା କରି ପୋତି ଦେଇଥିବା ସନ୍ଦେହ କରାଯାଉଛି । ଏନେଇ ଠାକୁରମୁଣ୍ଡା ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!