Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବିବାହ, ଯୌତୁକ ଜନିତ ହତ୍ୟା ଅଭିଯୋଗ, ସ୍ୱାମୀ ଓ ଶାଶୁ ଅଟକ

by ସଞ୍ଜୟ ସ୍ୱାଇଁ
November 20, 2023
in Crime, State
ପ୍ରେମ ବିବାହ, ଯୌତୁକ ଜନିତ ହତ୍ୟା ଅଭିଯୋଗ, ସ୍ୱାମୀ ଓ ଶାଶୁ ଅଟକ
62
VIEWS
Share on FacebookShare on Twitter

ବାଣପୁର, (ବାଘୁଆବାର୍ତ୍ତା): ଆଜି ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗ୍ରାମରେ ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି l ଅଭିଯୋଗ ଅନୁଯାୟୀ ବାଲୁଗାଁ ଥାନା ଅନ୍ତର୍ଗତ ଚାଷଙ୍ଗରା ଗ୍ରାମର ପୂଜା ଜେନା ନାମ୍ନୀ ଜଣେ ମହିଳା ତୋରସିଂ ଗ୍ରାମର ରାଜା ଭୋଳଙ୍କୁ ପ୍ରେମ ବିବାହ କରିଥିଲେ l କିନ୍ତୁ ବାରମ୍ବାର ଶଶୁର ଘର ଲୋକ ଯୌତୁକ ଦାବୀ କରି ପୂଜାଙ୍କୁ ନିର୍ଯ୍ୟାତନା ଦେବା ସହ ମାରପିଟ କରୁଥିଲେ l ତେବେ ଏ ନେଇ ଗତକାଲି ଜୀବନରୁ ମାରିଦେବାର ଷଡଯନ୍ତ୍ର କରୁଥିବା ଏବଂ ମାରଧର କରୁଥିବାର ପୂଜା ପରିବାର ଲୋକଙ୍କୁ ଜଣାଇଥିଲେ l ରାତ୍ରି ୧୦ ଘଟିକାରେ ପରିବାର ଲୋକ ରାଜାଙ୍କ ଘରେ ପହଂଚିବାରେ ଝିଅ ଘର ଲୋକଙ୍କୁ ରାଜାଙ୍କ ପରିବାର ଲୋକ ଘରକୁ ପୁରାଇଦେଇ ନଥିଲେ l ଆଜି ପୂଜାଙ୍କୁ ଶ୍ୱଶୁର ଘର ଲୋକେ ଆମ୍ବୁଲାନ୍ସରେ ଗୁରୁତର ଅବସ୍ଥାରେ ଡାକ୍ତରଖାନାକୁ ନେଇଥିବା ବେଳେ ପରିବାର ଲୋକ ପୂଜାଙ୍କ ମୃତ୍ୟୁ ହୋଇଯାଇଥିବା ଜାଣିବାକୁ ପାଇଥିଲେ l ଉକ୍ତ ଘଟଣା ସମ୍ପର୍କରେ ପୂଜାଙ୍କ ମା\’ ଥାନାରେ ଅଭିଯୋଗ କଲା ପରେ ପୋଲିସ ପୂଜାଙ୍କ ସ୍ୱାମୀ ଓ ଶାଶୁଙ୍କୁ ଅଟକ ରଖିଥିବା ବେଳେ ପୂଜା ବିଷ ପିଇ ଦେଇଥିବା ରାଜାଙ୍କ ପରିବାର ଲୋକ କହିଛନ୍ତି l ମୃତଶରୀରକୁ ବାଣପୁର ପୋଲିସ ଜବତ କରିଥିବା ବେଳେ ରିପୋର୍ଟ ଲେଖା ହେଲା ବେଳକୁ ଆମ୍ବୁଲାନ୍ସ ସହ ମୃତ ଶରୀର ବାଣପୁର ଥାନା ସମ୍ମୁଖରେ ଥିବା ଜଣାଯାଇଛି  l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!