Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟନାରାୟଣଙ୍କ ବଢ଼ିଲା ଅଡୁଆ

by ସଞ୍ଜୟ ସ୍ୱାଇଁ
November 22, 2023
in Politics, State
ଜୟନାରାୟଣଙ୍କ ବଢ଼ିଲା ଅଡୁଆ
146
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନିରାଶ ହେଲେ ବରିଷ୍ଠ ବିଜେପି ବିଧାୟକ ତଥା ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର। ତାଙ୍କ ଆଗୁଆ ଜାମିନ ଖାରଜ କରିଛନ୍ତି ହାଇକୋର୍ଟ। ଗତ ଫ୍ରେବୁଆରୀ ୧୫ ତାରିଖ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଆନ୍ଦୋଳନବେଳେ ପୁଲିସ ସହ ବିଜେପି କର୍ମୀଙ୍କ ମୁହାଁମୁହିଁ ଘଟଣାରେ ଆଗୁଆ ଜାମିନ୍ ଦେବାକୁ ମନା କରିଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ମହିଳା ପୁଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଓ କର୍ତ୍ତବ୍ୟ ସମ୍ପାଦନରେ ବାଧା ଅଭିଯୋଗରେ ଧନୁପାଲି ଥାନା ଆଇଆଇସି ଅନୀତା ପ୍ରଧାନ ଏତଲା ଦେଇଥିଲେ। ସମ୍ବଲପୁର ଟାଉନ ଥାନାରେ ଏହି ମାମଲା ରୁଜୁ ହୋଇଥିଲା। ଏବେ ଉକ୍ତ ମାମଲାରେ ହାଇକୋର୍ଟ ଜୟନାରାୟଣଙ୍କୁ ଆଗୁଆ ଜାମିନ ଦେବାକୁ ମନା କରିଦେଇଛନ୍ତି। ସେହିଭଳି କ୍ଷେତରାଜପୁର ଥାନା ମାମଲାରେ ଆଗୁଆ ଜାମିନ ଆବେଦନର ଶୁଣାଣି କରି ଏଥିରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ହାଇକୋର୍ଟ। ନିମ୍ନ ଅଦାଲତରେ ଏହି ବରିଷ୍ଠ ବିଜେପି ବିଧାୟକ ଆତ୍ମସମର୍ପଣ କରି ନିୟମିତ ଜାମିନ ପାଇଁ ନିବେଦନ କଲେ ଏହା ଉପରେ ଆଇନ୍ ଅନୁସାରେ ତ୍ୱରିତ ବିଚାର କରାଯିବ ବୋଲି କହିଛନ୍ତି ହାଇକୋର୍ଟ। ସେପଟେ ଏ ନେଇ ଜୟନାରାୟଣଙ୍କ କୌଣସି ପ୍ରତିକ୍ରିୟା ମିଳିନାହିଁ। ୨୦୨୨ ମସିହାରେ ସମ୍ବଲପୁର ସଦର ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ଓ ଧମକ ଦେଇଥିବା ଅଭିଯୋଗରେ ଜୟନାରାୟଣ ଓ ତାଙ୍କ ସମର୍ଥକଙ୍କ ନାଁରେ କ୍ଷେତରାଜପୁର ଥାନାରେ ମାମଲା ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!