Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଲି ପାରିଲାନି ପ୍ରଶ୍ନକାଳ, ବିରୋଧୀଙ୍କ ହଟ୍ଟଗୋଳ, ୪ଟା ପର୍ଯ୍ୟନ୍ତ ମୁଲତବି

by ସଞ୍ଜୟ ସ୍ୱାଇଁ
November 23, 2023
in Politics, State
ଚାଲି ପାରିଲାନି ପ୍ରଶ୍ନକାଳ, ବିରୋଧୀଙ୍କ ହଟ୍ଟଗୋଳ, ୪ଟା ପର୍ଯ୍ୟନ୍ତ ମୁଲତବି
40
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ତୃତୀୟ ଦିନ। ତୃତୀୟ ଦିନରେ ବେଶ୍ ଗୃହ ସରଗରମ ରହିଛି। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଦେଖିବାକୁ ମିଳିଛି। ମଧ୍ୟଭାଗକୁ ଆସି ପ୍ଲାକାର୍ଡ ଧରି ବିରୋଧୀ ହୋହଲ୍ଲା କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବି ଘୋଷଣା କରାଯାଇଛି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ପୁଣି ଗୃହ ଅଚଳ ହୋଇପଡିଛି। ଗୃହକୁ ଅପରାହ୍ନ ୪ଟା ପର‌୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି। ଅନ୍ୟପଟେ, ଗୃହରେ ପ୍ରଶ୍ନକାଳ ଆରମ୍ଭ ବେଳେ ଭୂପିନ୍ଦର ସିଂଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଉତ୍ତର ରଖିଥିଲେ। ଭୂପିନ୍ଦର ସିଂଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉତ୍ତର ଦେଇ କହିଛନ୍ତି, ରାଜ୍ୟରେ ୭୯୯୮ ପଞ୍ଚାୟତରେ ୮୦୯୯ଟି ଉଚ୍ଚ ବିଦ୍ୟାଳୟ ରହିଥିବା ସୂଚନା ଦେଇଛନ୍ତି। ଏହା ସହ ରାଜ୍ୟରେ ୪୨୬ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନାହିଁ ବୋଲି ସ୍ପଷ୍ଟ ହୋଇଛି। ତିନିଦିନ ହେବ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଏହା ଡିସେମ୍ବର ୩୦ ପର‌୍ୟ୍ୟନ୍ତ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!