Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୌର ଉପନିର୍ବାଚନରେ ବିଜେଡିର ବାଜିମାତ୍‌

by ସଞ୍ଜୟ ସ୍ୱାଇଁ
November 30, 2023
in Politics, State
ପୌର ଉପନିର୍ବାଚନରେ ବିଜେଡିର ବାଜିମାତ୍‌
222
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୌର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀମାନେ ବାଜିମାତ୍ କରିଛନ୍ତି। ଆଜି ଭୋଟଗଣତି ପରେ ଅନ୍ୟ ଦଳର ପ୍ରାର୍ଥୀମାନଙ୍କୁ ପଛରେ ପକାଇ ବିଜେଡି ପ୍ରାର୍ଥୀମାନେ ବିଜୟୀ ହୋଇଛନ୍ତି। ଗତକାଲି ବୁଧବାର ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାର ୪ଟି ପୌର ଆସନରେ ଉପନିର୍ବାଚନ ପାଇଁ ଭୋଟଗ୍ରହଣ ହୋଇଥିଲା। ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଏନଏସି ଅଧ୍ୟକ୍ଷା ପଦ ନିମନ୍ତେ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦେବସ୍ମିତା ଶତପଥୀ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀଙ୍କୁ ୨୩୫୫ଖଣ୍ଡ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଦେବସ୍ମିତାଙ୍କୁ ମୋଟ ୩୧୧୧ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପି ପ୍ରାର୍ଥୀଙ୍କୁ ୭୫୬ଖଣ୍ଡ ଓ କଂଗ୍ରେସ ପ୍ରାର୍ଥୀଙ୍କୁ ୬୧୪ଖଣ୍ଡ ଭୋଟ୍ ମିଳିଛି । ଏନଏସି ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଙ୍କ ମୃତ୍ୟୁ ଯୋଗୁ ଏହି ଅଧ୍ୟକ୍ଷା ପଦ ଖାଲି ପଡ଼ିଥିଲା ଓ ଗତକାଲି ଏଠାରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହୋଇଥିଲା । ସେହିପରି ଜଗତସିଂହପୁର ମ୍ୟୁନିସପାଲଟିର ୬ ନମ୍ବର ୱାର୍ଡରେ ବିଜେଡି ପ୍ରାର୍ଥୀ ରୋଜାଲିନ୍ ଦାଶ ବିଜୟୀ ହୋଇଛନ୍ତି । ଶ୍ରୀମତୀ ଦାଶ ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀଙ୍କୁ ମାତ୍ର ଖଣ୍ଡିଏ ଭୋଟରେ ପରାସ୍ତ କରିଛନ୍ତି । ଶ୍ରୀମତୀ ଦାଶଙ୍କୁ ମୋଟ ୪୦୭ଟି ଭୋଟ୍ ମିଳିଥିବାବେଳେ କଂଗ୍ରେସ ପ୍ରାର୍ଥୀଙ୍କୁ ୪୦୬ଖଣ୍ଡ ଓ ବିଜେପିକୁ ମାତ୍ର ୨୧ଟି ଭୋଟ୍ ମିଳିଥିଲା । ସେହିପରି କେନ୍ଦୁଝର ଜିଲ୍ଲା ଯୋଡ଼ା ମ୍ୟୁନିସପାଲଟିର ୮ ନମ୍ବର ୱାର୍ଡରେ ବିଜେଡି ପ୍ରାର୍ଥୀ ଶୁଭମ ନାୟକ ବିଜୟୀ ହୋଇଛନ୍ତି । ସେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀଙ୍କୁ ୫୭୭ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । ବିଜେଡି ପ୍ରାର୍ଥୀଙ୍କୁ ୮୦୬ଖଣ୍ଡ, ବିଜେପିକୁ ୨୨୯ଟି ଓ କଂଗ୍ରେସକୁ ୨୧ଖଣ୍ଡ ଭୋଟ୍ ମିଳିଛି । ଗଞ୍ଜାମ ଜିଲ୍ଲାର ଚିକିଟି ଏନଏସିର ୩ ନମ୍ବର ୱାର୍ଡରେ ବିଜେଡି ପ୍ରାର୍ଥୀ ହରପ୍ରସାଦ ଚୌଧୁରୀ ବିଜୟୀ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀଙ୍କୁ ୪୬୯ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । ବିଜେଡିକୁ ମୋଟ ୪୮୪ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପି ପ୍ରାର୍ଥୀଙ୍କୁ ମାତ୍ର ୧୫ଖଣ୍ଡ ଭୋଟ୍ ପଡ଼ିଛି । କଂଗ୍ରେସ ଏଠାରେ ଖାତା ଖୋଲି ପାରିନଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!