Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ଶହ କୋଟିର କୋକେନ ଜବତ

by ସଞ୍ଜୟ ସ୍ୱାଇଁ
December 1, 2023
in Crime, State
୨ଶହ କୋଟିର କୋକେନ ଜବତ
136
VIEWS
Share on FacebookShare on Twitter

ପାରାଦୀପ,(ବାଘୁଆବାର୍ତ୍ତା): ପାରାଦୀପ ବନ୍ଦରରୁ ଜବତ ହେଲା ୨ଶହ କୋଟି ଟଙ୍କାର କୋକେନ। ଏମଭି-ଦେବୀ ପାନାମା ନାମକ ଜାହାଜରୁ ୨୨ଟି କୋକେନ ପ୍ୟାକେଟ୍ ଜବତ କରିଛି କଷ୍ଟମସ ବିଭାଗ। ଇଜିପ୍ଟରୁ ଇଣ୍ଡୋନେସିଆର ଗ୍ରେସିକ ବନ୍ଦର ଓ ପରେ ଏହି ଜାହାଜଟି ଗତ ୨୨ ତାରିଖରେ ପାରାଦୀପ ଆସିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ପାରାଦୀପରୁ ଷ୍ଟିଲ ପ୍ଲେଟ ନେଇ ଏହି ଜାହାଜ ଡେନମାର୍କ ଯାଇଥାନ୍ତା। ତେବେ ଷ୍ଟିଲ ପ୍ଲେଟ ଲୋଡ଼ କରୁଥିବା ବେଳେ କ୍ରେନ ଅପରେଟର ଜାହାଜରେ କିଛି ପ୍ଲାଷ୍ଟିକ ପ୍ୟାକେଟ ସନ୍ଦିଗ୍ଧ ଅବସ୍ଥାରେ ରହିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ବନ୍ଦର କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ କଷ୍ଟମସ ବିଭାଗର ଅଧିକାରୀ ଏହି ପ୍ୟାକେଟକୁ ଯାଞ୍ଚ କଲା ବେଳେ ସେଥିରେ ଧଳା ପାଉଡ଼ର ଭଳି ପଦାର୍ଥ ଥିବା ଜଣା ପଡ଼ିଥିଲା । ପ୍ରଥମେ ୮ଟି ପ୍ୟାକେଟ ମିଳିଥିବା ବେଳେ ପରେ ୧୪ଟି ପ୍ୟାକେଟ ପାଇଥିଲେ ଯାଞ୍ଚ କରୁଥିବା ଅଧିକାରୀ । ସନ୍ଦେହରେ ଭୁବନେଶ୍ବରରୁ ଡ୍ରଗ ଡିଟେକ୍ସନ ଟିମକୁ ଯୋଗାଯୋଗ କରିବା ପରେ ଏହା ମାରାତ୍ମକ ନିଶାଦ୍ରବ୍ୟ କୋକେନ ବୋଲି ଜଣାପଡିଛି। ଜାହାଜକୁ ଜବତ କରି ତଦନ୍ତ କରୁଛନ୍ତି ବିଭିନ୍ନ ଯାଞ୍ଚ ଏଜେନ୍ସି । ଜାହାଜର ମାଲିକ ଭିଏତନାମର ହୋଇଥିବା ବେଳେ ଜାହାଜରେ ଥିବା ୨୧ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି। ଏତେ ପରିମାଣର ନିଷିଦ୍ଧ ନିଶାଦ୍ରବ୍ୟ କେଉଁଠାରୁ ଆସିଥିଲା ଓ କୁଆାଡ଼େ ଯାଇଥାନ୍ତା ତାକୁ ନେଇ ଖୋଳତାଡ଼ କରାଯାଉଛି। ଓଡ଼ିଶାରୁ ଏତେ ଟଙ୍କାର କୋକେନ ଜବତ ହେବା ପ୍ରଥମ ଘଟଣା ବୋଲି କୁହାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!