Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାକିରିରୁ ବହିଷ୍କୃତ ହେଲେ କୁବେର ଥାନା ବାବୁ

by ସଞ୍ଜୟ ସ୍ୱାଇଁ
December 2, 2023
in Crime, State
ଚାକିରିରୁ ବହିଷ୍କୃତ ହେଲେ କୁବେର ଥାନା  ବାବୁ
221
VIEWS
Share on FacebookShare on Twitter

ବୈପାରୀଗୁଡ଼ା (ବାଘୁଆବାର୍ତ୍ତା): ଚାକିରିରୁ ବହିଷ୍କୃତ ହେଲେ କୁବେର ଆଇଆଇସି ସୁଶାନ୍ତ ଶତପଥୀ । ଭିଜିଲାନ୍ସ ଜାଲରେ ଧରାପଡ଼ିବା ପରେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି ଡିଜିପି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଗିରଫ ହୋଇ ସାରିଛନ୍ତି ସୁଶାନ୍ତ । ଗତ ୨୭ ତାରିଖରେ ରାତିରେ ସୁଶାନ୍ତ ବୈପାରୀଗୁଡ଼ାରୁ ନିଜ କଟକସ୍ଥିତ ସରକାରୀ ବାସଭବନକୁ ଏକ ଘରୋଇ ବସ୍ ଯୋଗେ ଆସୁଥିଲେ। ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ । ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଉକ୍ତ ରାତିରେ ଭିଜିଲାନ୍ସ ଅଧିକାରୀମାନେ ସୁଶାନ୍ତଙ୍କ ଅଫିସ୍ ଚାମ୍ବର ଓ ସରକାରୀ ବାସଭବନରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ଆଇଆଇସିଙ୍କ ଅଫିସ୍ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଥିବା ବେଳେ ସରକାରୀ ବାସଭବନରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ପର ଦିନ ଆଇଆଇସିଙ୍କ କଟକ ବକ୍ସିବଜାରସ୍ଥିତ କ୍ୱାର୍ଟର୍ସରେ ଚଢ଼ାଉ କରି ୨୯ ଲକ୍ଷ ୭୭ ହଜାର ଜବତ କରିଥିଲା ଭିଜିଲାନ୍ସ । ଟଙ୍କା ଗଣି ଗଣି ଭିଜିଲାନ୍ସ ଅଧିକାରୀ ହାଲିଆ ହୋଇ ଯିବା ପରେ ମେଶିନ ମଗାଯାଇ ଟଙ୍କା ଗଣା ଯାଇଥିଲା। ଆଇଆଇସି ସୁଶାନ୍ତଙ୍କ ଘରୁ ସର୍ବମୋଟ ୩୭ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଏତେ ପଇସା କୁଆଡୁ ଆଣିଲେ ସେନେଇ ସୁଶାନ୍ତଙ୍କୁ ପଚରାଉଚରା କରିଥିଲା ଭିଜିଲାନ୍ସ। ହେଲେ କୌଣସି ସ୍ପଷ୍ଟ ଉତ୍ତର ଦେଇପାରି ନଥିଲେ ଥାନା ବାବୁ। ୧୯୯୯ରୁ କନେଷ୍ଟବଳ ଭାବେ ଚାକିରି ଆରମ୍ଭ କରିଥିଲେ ସୁଶାନ୍ତ । ଆଉ କନେଷ୍ଟବଳରୁ ବନିଯାଇଥିଲେ ଥାନା ବାବୁ। କିନ୍ତୁ କେଉଁଠି ମଦ ବ୍ୟବସାୟୀଙ୍କୁ ଖଲାସ କରିବାରେ ହେଉ କିମ୍ବା ମୁଦାଲାଙ୍କୁ ଛାଡ଼ିଦେବା ଭଳି ମାଳ ମାଳ ଅଭିଯୋଗ ଆଧାରରେ ୨୦୧୨ରେ ଜଗତସିଂହପୁର, ୨୦୧୮ରେ କଟକ ଏବଂ ୨୦୨୦ରେ ରାୟଗଡ଼ାର ତତ୍କାଳୀନ ଝଚ ତାଙ୍କ ବିରୋଧରେ ବିଭାଗୀୟ କାର‌୍ୟ୍ୟାନୁଷ୍ଠାନ ପାଇଁ ସୁପାରିଶ କରିଥିଲେ। କିନ୍ତୁ ତିନି ତିନି ଜଣ ଏସପିଙ୍କ ସୁପାରିଶକୁ ଖାତିର ନ କରି ୨୦୨୩ରେ ତାଙ୍କୁ ଥାନା ବାବୁ ଭାବେ ପଦୋନ୍ନତି ମିଳିଥିଲା। ଏହାପରେ ଗଞ୍ଜେଇ ବେପାର ପାଇଁ ଚର୍ଚ୍ଚାରେ ଥିବା ବୈପାରୀଗୁଡ଼ାରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା। କଟକ ଜିଲ୍ଲାର ଜଣେ ମନ୍ତ୍ରୀ ଓ ନୟାଗଡ଼ ଜିଲ୍ଲାର ଜଣେ ବିଧାୟକ ବିଭିନ୍ନ ସମୟରେ ସୁଶାନ୍ତଙ୍କ ମୁଣ୍ଡରେ ଆଶୀର୍ବାଦ ରଖିଥିବାରୁ ସେ ଏଭଳି କଳାଟଙ୍କାର ମାଲିକ ହୋଇପାରିଥିବା ବିଜେପି ରାଜ୍ୟ ମୁଖପାତ୍ର ଅନୀଲ ବିଶ୍ୱାଳ ଅଭିଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!