Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଂଗ୍ରେସରେ ଯୋଗ ଦେଲେ ଜୟରାମ ପାଙ୍ଗୀ

by ସଞ୍ଜୟ ସ୍ୱାଇଁ
December 2, 2023
in Politics, State
କଂଗ୍ରେସରେ ଯୋଗ ଦେଲେ ଜୟରାମ ପାଙ୍ଗୀ
99
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କଂଗ୍ରେସରେ ଯୋଗ ଦେଇଛନ୍ତି କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ। ଆଜି ଭୁବନେଶ୍ୱରରେ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଏହି ଅବସରରେ କଂଗ୍ରେସର ଅନ୍ୟତମ ବରିଷ୍ଠ ନେତା ବିଜୟ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ ଓ ପ୍ରସାଦ ହରିଚନ୍ଦନ ପ୍ରମୁଖ ଉପସ୍ଥିତ ଥିଲେ। ଜୟରାମ ପାଙ୍ଗୀ କହିଛନ୍ତି ଯେ କଂଗ୍ରେସକୁ ଶକ୍ତିଶାଳୀ କରିବାକୁ ଓ ବିଜେଡି ସରକାରକୁ କ୍ଷମତାଚ୍ୟୁତ କରିବାକୁ ସେ ଏହି ଦଳରେ ଯୋଗ ଦେଇଛନ୍ତି। ରାଜ୍ୟକୁ ବଞ୍ଚାଇବାକୁ ହେଲେ ଆସନ୍ତା ନିର୍ବାଚନରେ ବିଜେଡିକୁ ଗାଦିଚ୍ୟୁତ କରିବାକୁ ପଡ଼ିବ ବୋଲି ସେ ରାଜ୍ୟବାସୀଙ୍କୁ ଅନୁରୋଧ କରି କହିଛନ୍ତି। ଏହା ପୂର୍ବରୁ ଜୟରାମ ପାଙ୍ଗୀ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି (BRS)ରେ ଥିଲେ। ତା’ ପୂର୍ବରୁ ସେ ବିଜେପି, ବିଜେଡି ଓ ଜନତା ଦଳରେ ଥିଲେ। ସେ ୪ ଥର ବିଧାନସଭାକୁ ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟ୍‌ରେ ଜୟରାମ ପାଙ୍ଗୀ ପ୍ରଥମେ ପଟ୍ଟାଙ୍ଗୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରେ ସେହି ଆସନରୁ ସେ ଦ୍ୱିତୀୟ ଥର ଜନତା ପାର୍ଟି ଟିକେଟ୍‌ରେ ବିଧାନସଭାକୁ ଯାଇଥିଲେ। ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ପଟ୍ଟାଙ୍ଗୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ସାଧାରଣ ନିର୍ବାଚନରେ ଜୟରାମ ପାଙ୍ଗୀଙ୍କୁ ବିଜେଡି କୋରାପୁଟ ଲୋକସଭା ଆସନରୁ ପ୍ରାର୍ଥୀ କରିଥିଲା। ସେ ଏହି ନିର୍ବାଚନରେ ବିଜୟୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ସେ ବିଜେପି ଟିକେଟ୍‌ରେ କୋରାପୁଟ ଲୋକସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!