Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲରାପତରିଆ ବାଘ ଛାଲ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
December 3, 2023
in Crime, Nayagarh, State
କଲରାପତରିଆ ବାଘ ଛାଲ ଜବତ, ୩ ଗିରଫ
1.8k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଇକିରି ପଞ୍ଚାୟତ ଝରଦେଇ ପୀଠ ନିକଟରୁ ବନବିଭାଗ ଓ ମହାନଦୀ ବନ୍ୟପ୍ରାଣୀ ଡିଭିଜନ୍ କଲରାପତରିଆ ବାଘ ଛାଲ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଇଟାମାଟି ଥାନା ଅନ୍ତର୍ଗତ ଟିପୁରା ଗ୍ରାମର ସୁନୀଲ ଜେନା, ସୁବାଷ ଜେନା ଏବଂ ବିରୁଡ଼ା ଗ୍ରାମର ଆକାଶ ମଲ୍ଲିକ । ସେମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ବନବିଭାଗ ଗଣମାଧ୍ୟମକୁ ସୂଚନା ଦେଇଛି । କୈାଣସି ସୁତ୍ରରୁ ଖବର ପାଇ ଗତ ୧ ତାରିଖରେ ନୟାଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ ଏବଂ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଫାଲଗୁନୀ ସାରଥି ମଲ୍ଲିକଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା । ସୁନୀଲ ଜେନା ଏବଂ ଆକାଶ ମଲ୍ଲିକ ଉଭୟ ଚମଡ଼ା ବ୍ୟବସାୟ କରିଥାନ୍ତି । ସେମାନେ ବାଘ ଛାଲ ବିକ୍ରି କରିବା ପାଇଁ ଯୋଜନା କରୁଥିବା ବେଳେ ସୁବାଷ ସେମାନଙ୍କୁ ସହଯୋଗ କରୁଥିଲା । ଚଢ଼ାଉ କରି ବାଘ ଛାଲ ଜବତ କରାଯାଇଥିବା ବେଳେ ସେମାନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!