Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍‌ରୁ ବାହାରିବେ ଅର୍ଚ୍ଚନା ନାଗ

by ସଞ୍ଜୟ ସ୍ୱାଇଁ
December 4, 2023
in Crime, State
ଅର୍ଚ୍ଚନା ବୁଦ୍ଧିରେ ଇଡି ବୋକା, ତୃତୀୟ ରିମାଣ୍ଡ ଆବେଦନ ଖାରଜ୍‌
141
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ହନିଟ୍ରାପ୍ ମାମଲାରେ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ତେବେ ପୂର୍ବରୁ ଅନ୍ୟ ଦୁଇଟି ମାମଲାରେ ଅର୍ଚ୍ଚନା ଜାମିନ ପାଇସାରିଛନ୍ତି । ତିନୋଟି ମାମଲାରେ ଜାମିନ ପାଇସାରିଥିବାରୁ ଏବେ ଅର୍ଚ୍ଚନା ଜେଲ୍‌ରୁ ମୁକୁଳିବା ନେଇ ଏକପ୍ରକାର ସ୍ପଷ୍ଟ ହୋଇଛି । ଜାମିନ ପାଇବା ପରେ ଅର୍ଚ୍ଚନାଙ୍କ ସମ୍ମୁଖରେ କୋର୍ଟ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି । ଖାସ୍ କରି ତାଙ୍କ ନାଁରେ ଚାଲିଥିବା ମାମଲା ସଂପର୍କରେ ବାହାରେ କୌଣସି ପ୍ରତିକ୍ରିୟା ରଖିପାରିବେ ନାହିଁ । ଏହାବାଦ୍ ତଦନ୍ତରେ ମଧ୍ୟ ସହଯୋଗ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଦୁଇଟି ମାମଲାରେ ପୂର୍ବରୁ ଅର୍ଚ୍ଚନାକୁ ଜାମିନ ମିଳିସାରିଛି । ଅପ୍ରେଲ ୧୧ରେ ନୟାପଲ୍ଲୀ ଥାନା ମାମଲା ତାଙ୍କୁ ଜାମିନ ପ୍ରଦାନ କରିବା ସହ ବାହାରକୁ ନଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଅଗଷ୍ଟ ୨ରେ ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା । ଏହାସହ କିଛି ସର୍ତ୍ତ ମଧ୍ୟ ରଖିଥିଲେ । ତେବେ ହାଇକୋର୍ଟରୁ ତିନୋଟି ମାମଲାରେ ଜାମିନ ମିଳିସାରିବା ପରେ ଅର୍ଚ୍ଚନା ନାଗ ଜେଲ୍‌ରୁ ବାହାରିବା ନେଇ ଏକପ୍ରକାର ସ୍ପଷ୍ଟ ହୋଇଛି । ସୂଚନାଯୋଗ୍ୟ ଯେ, ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ ସେମାନଙ୍କ ଠାରୁ କୋଟି କୋଟି ଟଙ୍କା ଠକେଇ କରିଥିଲେ । ଏଥିରେ ତାଙ୍କୁ ସହଯୋଗ କରୁଥିଲେ ସ୍ବାମୀ ଜଗବନ୍ଧୁ । ଏମିତି ଅଭିଯୋଗ ଆସିବା ପରେ ତାଙ୍କୁ ଏବଂ ତାଙ୍କ ସ୍ବାମୀଙ୍କୁ ଗିରଫ କରିଥିଲା ପୋଲିସ । ଏ ନେଇ ଅଧିକ ଖୋଳତାଡ ଆରମ୍ଭ କରିଥିଲା କମିଶନରେଟ୍ ପୋଲିସ । ପରେ ସହଯୋଗୀ ଖଗେଶ୍ବରଙ୍କୁ ମଧ୍ୟ ବାନ୍ଧିଥିଲା ପୋଲିସ । ଏହି ମାମଲାର ତଦନ୍ତ ଇଡି ଦ୍ବାରା କରାଯାଇଥିଲା । ନିଜ ସମ୍ପତ୍ତିର ହିସାବ ଦେଇ ନ ପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ବିଳାସପୂର୍ଣ୍ଣ କୋଠା ସମେତ ଖଗେଶ୍ୱରଙ୍କ କୋଠାକୁ ମଧ୍ୟ ଇଡି ଜବତ କରିଥିଲା । ଏହି ମାମଲାରେ ଅର୍ଚ୍ଚନା ନାଗଙ୍କ ସମେତ ସ୍ୱାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱର ଏବେ ଝାରପଡା ଜେଲ୍‌ରେ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!