ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କାୟା ମେଲାଇ ଚାଲିଥିବା କରୋନା ଦ୍ୱାରା ଆଜି ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ମିଳିଥିବା ସୂଚନାନୁସାରେ, ୩ ବ୍ଲକରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ଜଣ ସ୍ଥାନୀୟ ସଂକ୍ରମଣ ହୋଇଥିବା ବେଳେ ସେଥିରେ ୩ ଜଣ ମହିଳା ଏବଂ ଜଣେ ପୁରୁଷ ଥିବା ଜଣାଯାଇଛି । ଦଶପଲ୍ଲା ବ୍ଲକରୁ ଦୁଇ ଜଣ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରଣପୁରରୁ ଜଣେ ଏବଂ ନୟାଗଡ଼ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।





