Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଜାନୁଆରୀ ୨ରୁ

by ସଞ୍ଜୟ ସ୍ୱାଇଁ
December 14, 2023
in Education, State
ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଜାନୁଆରୀ ୨ରୁ
50
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚ୍‌ଏସ୍‌ଇ ପକ୍ଷରୁ ଆସନ୍ତା ୨୬ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାଯିବ । ଡିସେମ୍ବର ୩୧ ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏସବୁ ପହଞ୍ଚିବ। ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତର ଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ଭଲ ଭାବେ ଯାଞ୍ଚ କରିବେ। ପ୍ରଶ୍ନ କିମ୍ବା ଉତ୍ତର ଖାତା‌ରେ ତ୍ରୁଟି ଥିଲେ ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ୍ କରି ଜଣାଇବାକୁ କୁହାଯାଇଛି । ପରୀକ୍ଷା ସରିବା ପରେ ପ୍ରଶ୍ନପତ୍ର ଓ ପ୍ୟାକେଟ୍ ସାମଗ୍ରୀକୁ ସେମାନେ ସାଇତି ରଖିବେ । ୨୦୨୪ ଯୁକ୍ତଦୁଇ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ଅତି କମ୍‌ରେ ଏକ ମାସ ପର‌୍ୟ୍ୟନ୍ତ ସେଗୁଡ଼ିକୁ ଯତ୍ନର ସହ ରଖିବାକୁ କୁହାଯାଇଛି । ଜାନୁଆରୀ ୨ରୁ ୧୨ ତାରିଖ ପର‌୍ୟ୍ୟନ୍ତ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ହେବ । ଇଣ୍ଟିଗ୍ରେଟେଡ୍ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି। ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର‌୍ୟ୍ୟ ହୋଇଛି। ‌ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି। ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ଥିଓରି ପରୀକ୍ଷା ଆରମ୍ଭ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!