Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣ୍ଡିଆନ ଲଢ଼ିବେନି ନିର୍ବାଚନ

by ସଞ୍ଜୟ ସ୍ୱାଇଁ
December 15, 2023
in Politics, State
ପାଣ୍ଡିଆନ ଲଢ଼ିବେନି ନିର୍ବାଚନ
286
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନିର୍ବାଚନ ଲଢ଼ିବେନି ଭି. କାର୍ତ୍ତିକେୟ ପାଣ୍ଡିଆନ । ବିଜେଡିର ଉପସଭାପତି ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ତେବେ ପାଣ୍ଡିଆନ ନିର୍ବାଚନ ଲଢ଼ିଲେ କିଛି ଅସୁବିଧା ନାହିଁ ବୋଲି ମଧ୍ୟ ଦେବୀ କହିଛନ୍ତି। ଆଜି ବିଜେଡି କାର୍ଯ୍ୟକାରିଣୀ ବୈଠକ ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦେବୀ ମିଶ୍ର ଏହି କଥା କହିଛନ୍ତି। ଗତ ଅକ୍ଟୋବର ୨୩ତାରିଖରେ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଭିକେ ପାଣ୍ଡିଆନ ନଭେମ୍ବର ୨୭ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। କାର୍ଯ୍ୟକାରିଣୀ ବୈଠକରେ ହୋଇଥିବା ନିଷ୍ପତ୍ତିଗୁଡ଼ିକ ବିଷୟରେ ସୂଚନା ଦେଇ ଦେବୀ ମିଶ୍ର କହିଛନ୍ତି, ବିଜେଡି ସାଙ୍ଗଠନିକ ନିର୍ବାଚନ ବର୍ଷେ ଘୁଞ୍ଚାଇବାକୁ ନିଷ୍ପତ୍ତି ହୋଇଛି। ବିରୋଧୀଙ୍କୁ କାଉଣ୍ଟର କରିବାକୁ ସୋଶାଲ ମିଡିଆକୁ ଅସ୍ତ୍ର କରାଯିବ। ଦଳର ସଭାପତି ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ବିରୋଧୀଙ୍କ ପାଖରେ କିଛି ପ୍ରସଙ୍ଗ ନାହିଁ ବୋଲି ସଭାପତି କହିଛନ୍ତି। କିଛି ଇସ୍ୟୁ ନଥିବାରୁ ମିଛ କହି ଅପପ୍ରଚାର କରୁଛନ୍ତି ବିରୋଧୀ। ସେହିପରି କେନ୍ଦ୍ର ନିକଟରେ ପୁଣି ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ କାର୍ଯ୍ୟକାରିଣୀରେ ନିଷ୍ପତ୍ତି ନେଇଛି ବିଜେଡି। ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଁ ଉଦ୍ୟମ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ଦଳ। ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନିରବତା ନେଇ ଦୁଃଖପ୍ରକାଶ କରିଛି ଦଳ। କୋଇଲା ରୟାଲିଟି, ସେସ୍‌ରେ ଦାବି ପୂରଣ ପାଇଁ ଉଦ୍ୟମ ଚାଲିବ ବୋଲି କହିଛନ୍ତି ଦେବୀ ମିଶ୍ର। ସେ ଆହୁରି କହିଛନ୍ତି, ଜାନୁଆରୀ ୨୩ରୁ ମାର୍ଚ୍ଚ ୫ ପର୍ଯ୍ୟନ୍ତ ବ୍ୟାପକ ଅଭିଯାନ ଚଳାଇବ ବିଜୁ ଜନତା ଦଳ। କର୍ମକର୍ତ୍ତାଙ୍କୁ ପ୍ରଶିକ୍ଷଣ ଓ ଗାଁକୁ ଚାଲ ଅଭିଯାନ ଚଲାଇବ। ଶଙ୍ଖ ଭବନରେ ପ୍ରତି ନିର୍ବାଚନ ମଣ୍ଡଳୀୱାରୀ ପ୍ରଶିକ୍ଷଣ ଦିଆଯିବ। ନିର୍ବାଚନ ମଣ୍ଡଳୀ ପରେ ଜୋନାଲ ୱାରୀ ପ୍ରଶିକ୍ଷଣ ଦିଆଯିବ। ପଞ୍ଚାୟତସ୍ତରୀୟ ସମ୍ମିଳନୀ କରିବାକୁ ମଧ୍ୟ କାର୍ଯ୍ୟକାରିଣୀରେ ନିଷ୍ପତ୍ତି ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!