Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟଙ୍କା ପାଇଁ ମାଆଙ୍କୁ ପୋଡ଼ି ମାରିଦେଲେ ପୁଅ ମାନେ

by ସଞ୍ଜୟ ସ୍ୱାଇଁ
December 17, 2023
in Crime, State
ଟଙ୍କା ପାଇଁ ମାଆଙ୍କୁ ପୋଡ଼ି ମାରିଦେଲେ ପୁଅ ମାନେ
94
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ବୀମା ଟଙ୍କା ପାଇଁ ମାଆଙ୍କୁ ପୋଡ଼ି ମାରିଦେଲା ପୁଅ! ଏପରି ହୃଦୟବିଦାରକ ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି। ଶନିବାର ରାତିରେ କମର୍ଦ୍ଦା ଥାନା ବେଲଡା ଗାଁର ଖୁଦିରାମ ବେରା ଓ ତାଙ୍କ ପତ୍ନୀ ମଞ୍ଜୁରାଣୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ପରେ ଘଟଣାର ସମାଧାନ ହୋଇଯାଇଥିଲା। ତା’ପରେ ପୂରା ପରିବାର ଖାଇପିଇ ଶୋଇଥିଲା। ସମସ୍ତେ ଶୋଇଯିବା ପରେ ମଞ୍ଜୁରାଣୀ ଦେହରେ ନିଆଁ ଲଗାଇଦେଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ ଗାଁ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ତେବେ ଗାଁ ଲୋକଙ୍କ ଅଭିଯୋଗ ଅନୁସାରେ ବୀମା ଟଙ୍କା ପାଇଁ ମଞ୍ଜୁରାଣୀଙ୍କୁ ତାଙ୍କ ପୁଅମାନେ ହତ୍ୟା କରିଛନ୍ତି। ତାଙ୍କୁ ଘର ବାହରେ ପୋଡ଼ିଦେଇ ଘର ଭିତରେ ମୃତଦେହ ପକାଇ ଆତ୍ମହତ୍ୟାର ରୂପ ଦେଉଛନ୍ତି। ଗାଁ ଲୋକଙ୍କ ଅଭିଯୋଗ ଅନୁସାରେ ପୁଲିସ୍ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଗାଁରେ ଚର୍ଚ୍ଚା ହେଉଛି, ମଞ୍ଜୁରାଣୀ ବୀମା ଟଙ୍କା ବାବଦକୁ ୬ ଲକ୍ଷ ଟଙ୍କା ପାଇଥିଲେ। ହେଲେ ସେ କାହାକୁ ସେହି ଟଙ୍କା ନଦେଇ ପାଖରେ ରଖିଥିଲେ। ସେହି ଟଙ୍କା ହାତେଇବା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହେଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!