Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ

by ସଞ୍ଜୟ ସ୍ୱାଇଁ
December 18, 2023
in Nayagarh, Sports, State
ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ
117
VIEWS
Share on FacebookShare on Twitter

ଶରଣକୁଳ, (ବାଘୁଆବାର୍ତ୍ତା): ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟlର ବାର୍ଷିକ କ୍ରୀଡା ଉତ୍ସବ ସୋମବାର ଉଦଘାଟିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ କାଞ୍ଚନ ଶଢ଼ଙ୍ଗୀ ପତାକା ଉତ୍ତୋଳନ କରି କ୍ରୀଡା ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ଛାତ୍ରଛାତ୍ରୀ ମାନେ ଏକ ସୌହାର୍ଦ୍ଧ୍ୟ ପୂର୍ଣ୍ଣ ବାତାବରଣ ରେ ପରସ୍ପର ମଧ୍ୟରେ ଭାଇଚାରା ମନୋବୃତି ନେଇ ଜାତୀୟତା ମନୋଭାବରେ କ୍ରୀଡା ନୈପୁଣ୍ୟତା ପ୍ରଦର୍ଶନ କରିବା ପାଇଁ ଶପଥ ନେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ରଶ୍ମି ରଂଜନ ମିଶ୍ର, ପ୍ରଜ୍ଞ୍ୟା ପରମିତା ସାହୁ, ଜନାର୍ଦନ ପରିଡା, ସୁମିତା ସାହୁ, ମମତା ମିଶ୍ର, ସସ୍ମିତା ସାହୁ, ଶାନ୍ତି ଖଣ୍ଡୁଆଳ,ରାଜେଶ୍ୱରୀ ଡାକୁଆ , ରଶ୍ମିତା କୁମାରୀ ବେହେରା,ନିରୁପମା ସାହୁ, ଗୋଦାବରୀ ବାସନ୍ତିଆ,ପ୍ରଶାନ୍ତ କୁମାର ଦାଶ,ଚନ୍ଦନ ମଲିକ, ଗୌରାଙ୍ଗ ସାହୁ, ରୋଜାଲିନ ମିଶ୍ର ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯୋଗ ଦେଇଥିଲେ । ବିଦ୍ୟାଳୟର କ୍ରୀଡା ଶିକ୍ଷକ ଦାମୋଦର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପ୍ରଥମ ଦିବସରେ ବରିଷ୍ଠ, କନିଷ୍ଠ ଓ ସର୍ବ କନିଷ୍ଠ ବିଭାଗର ବାଳକ ବାଳିକା ଭିନ୍ନ ଭିନ୍ନ ୧00 ମିଟର, ୨00 ମିଟର ଦୌଡ଼ ସହିତ ଲମ୍ବ ଡିଆଁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରଥମ ଦିନରେ ପ୍ରାୟ ଦୁଇଶହରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବା ବେଳେ ୩୯ ଜଣ ପ୍ରତିଯୋଗୀ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!