Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ମିଶିଲେ ପୁରୀ ଜିଲ୍ଲାର ବିଜେପି ନେତା

by ସଞ୍ଜୟ ସ୍ୱାଇଁ
December 21, 2023
in Politics, State
ବିଜେଡିରେ ମିଶିଲେ ପୁରୀ ଜିଲ୍ଲାର ବିଜେପି ନେତା
119
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶଙ୍ଖ ଭବନରେ ଆଜି ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା। ବ୍ରହ୍ମଗିରି ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି। କୃଷ୍ଣପ୍ରସାଦ, ପୁରୀ ସଦର ଏବଂ ବ୍ରହ୍ମଗିରିର ବହୁ ବିଜେପି ନେତା ଓ କର୍ମୀମାନେ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର‌୍ୟ୍ୟଧାରାରେ ଅନୁପ୍ରାଣିତ ହୋଇ ଦଳରେ ଯୋଗ ଦେଇଥିବା ନେତା ଓ କର୍ମୀ କହିଛନ୍ତି। ଦଳକୁ ସ୍ବାଗତ କରିଥିଲେ ସାଙ୍ଗଠନିକ ସମ୍ପାଦକ । ଯେଉଁ ବିକାଶ ଚାଲିଛି ତାହାକୁ ଆଗେଇ ନେବେ । ଦଳରେ ଯେଉଁ ସମ୍ମାନ ପାଇଁ ଆଶା ରହିଛି ତାହା ପାଇବେ ।ଦଳରେ ଶୃଙ୍ଖଳା ରହିଛି, ସେଇ ହିସାବରେ ପ୍ରତିଷ୍ଠା ମିଳିବ । ବିଜେଡି ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ସମସ୍ତେ ମିଶି ମୁଖ୍ୟମନ୍ତ୍ରୀଙ୍କ ବିକାଶ କାମକୁ ଆଗେଇ ନେବା ବୋଲି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଥିଲେ। ବିଜେଡିରେ ଯୋଗଦେବା ପରେ ଜୟନ୍ତ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଛି । ଆଗକୁ ପୁରୀ ଜିଲ୍ଲାରେ ଦଳ କିଭଳି ଭଲ ପ୍ରଦର୍ଶନ କରିବ ସେ ନେଇ କାମ କରିବି । ପୂର୍ବରୁ ଯାହାପାଇଁ କାମ କରୁଥିଲି ସେ କେବଳ ପରିବାର ସ୍ବାର୍ଥ ପାଇଁ କାମ କରୁଛନ୍ତି । ମିଶ୍ରଣ ପର୍ବରେ ବ୍ରହ୍ମଗିରି ର ପୂର୍ବତନ ବିଧାୟକ ସଂଜୟ ଦାସବର୍ମା ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!