Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାକୁ ଫେରିଲା କରୋନା

by ସଞ୍ଜୟ ସ୍ୱାଇଁ
December 23, 2023
in Health, State
ଓଡ଼ିଶାକୁ ଫେରିଲା କରୋନା
289
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁଣି ଓଡ଼ିଶାକୁ ଫେରିଲା କୋଭିଡ୍ । ରାଜ୍ୟରୁ ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଶେଷ ଥର ଲାଗି ଡିସେମ୍ବର ୩ରେ ରାଜ୍ୟରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଉ ଏବେ ଜଣେ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେରଳରେ ସଂକ୍ରମଣ ବଢ଼ୁଥିବାବେଳେ ଚିନ୍ତା ବଢ଼ାଇଛି । ଲୋକେ ବିନା ମାସ୍କରେ ବୁଲୁଥିବାବେଳେ ଓଡ଼ିଶାରେ ପୁଣିଥରେ ଦୀ୍ଘଦିନ ବ୍ୟବଧାନରେ ଜଣେ ପଜିଟିଭ୍ ଚିହ୍ନ ହୋଇଛନ୍ତି । ସୂଚନା ଥାଉକି, ବିଶ୍ବରେ ବଢୁଛି ଜେଏନ.୧ ସଂକ୍ରମଣ । ଇଂଲଣ୍ଡରେ ସବୁଠାରୁ ଅଧିକ ସଂକ୍ରମଣ ସୃଷ୍ଟି କରୁଛି ଭାରିଆଣ୍ଟ । ଇଂଲଣ୍ଡ ଓ ସ୍କଟଲ୍ୟାଣ୍ଡରେ ପ୍ରତି ୨୪ ଜଣରେ ଜଣେ କୋଭିଡ ସଂକ୍ରମିତ ହେଉଛନ୍ତି । ବିଶେଷ କରି ୧୮ରୁ ୪୪ ବର୍ଷ ବୟସ୍କ ଅଧିକ ସଂକ୍ରମିତ ହେଉଛନ୍ତି । ବ୍ରିଟେନ ସ୍ବାସ୍ଥ୍ୟ ନିରାପତ୍ତା ଏଜେନ୍ସିର ରିପୋର୍ଟ ଅନୁସାରେ ଶୀତ ଋତୁରେ ହିଁ ଏହି ସଂକ୍ରମଣ ବଢୁଛି । ସେମାନଙ୍କୁ ପ୍ରଶ୍ବାସଗତ ସମସ୍ୟା ଦେଖାଦେଉଛି । ଲଣ୍ଡନରେ ସଂକ୍ରମିତଙ୍କ ହାର ହୋଇଛି ୬.୧ ପ୍ରତିଶତ । ଭାରତରେ ଜେଏନ.୧ ସଂକ୍ରମିତଙ୍କ ସଂଖ୍ୟା ୨୬ ହୋଇଛି । କେବଳ ଗୋଆରେ ୧୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରାଜସ୍ଥାନରେ ୪ ଜଣ, କେରଳରେ ଜଣେ ଓ ମହାରାଷ୍ଟ୍ରରେ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେପଟେ ରାଜସ୍ଥାନରେ କୋଭିଡ-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତକାଲି ଭାରତରେ ୪୪୦ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହୋଇଥିଲା ୩ ହଜାର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!