Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
December 26, 2023
in Nayagarh, Politics, State
ନୟାଗଡ଼ରେ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ
688
VIEWS
Share on FacebookShare on Twitter

ଗଣଦୌଡ଼ ସହ ଶପଥ ନେଲେ ୧୦ ହଜାର ଯୁବକ

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ସାରା ରାଜ୍ୟରେ ବିଜୁ ଜନତା ଦଳ ପାଳନ କରୁଛି ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ଅବସରରେ ନୟାଗଡ଼ ବ୍ଲକ ଓ ନୟାଗଡ଼ ପୌରାଞ୍ଚଳ ଯୁବକ ମାନଙ୍କୁ ନେଇ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ୧୦ ହଜାର ଯୁବକ ଏକାଠି ହୋଇଥିଲେ । ନୟାଗଡ଼ ଦକ୍ଷିଣକାଳୀ ପଡିଆରେ ସକାଳୁ ସକାଳୁ ଛାତ୍ର ଓ ଯୁବକ ମାନେ ପହଞ୍ଚି ବିଭିନ୍ନ ନାରା ଦେଇଥିଲେ ।

ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ସମସ୍ତ ଯୁବକ ମାନଙ୍କୁ ଶପଥ ପାଠ କରାଇଥିଲେ । ମୁଁ ବିଜୁ ଜନତା ଦଳର ଜଣେ ସକ୍ରିୟ ଓ ଶୃଙ୍ଖଳିତ ସଭ୍ୟ ଭାବେ ନିଜକୁ ଗର୍ବ ଅନୁଭବ କରେ । ଓଡିଶା ବିକାଶର ସାରଥୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିକାଶକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ସୈନିକ ହିସାବରେ କାର୍ଯ୍ୟ କରିବି । ରାଜ୍ୟର ବିକାଶ ପାଇଁ ସଂଗ୍ରାମ କରିବି । ଆଜିର ୨୭ ତମ ପ୍ରତିଷ୍ଠା ଦିବସରେ ସପଥ କରୁଛିକି ଓଡିଶାର ସ୍ୱାର୍ଥ ପାଇଁ ଉତ୍ସଗିକୃତ ଭାବେ କାର୍ଯ୍ୟ କରିବା ସହ ଏକ ସମୃଦ୍ଧ, ସସକ୍ତ, ସ୍ୱାଭିମାନ ଓ ନବୀନ ଓଡିଶା ଆମ ଓଡିଶାରେ ସାମିଲ ହେବି । ଏହି ଉପଲକ୍ଷେ ଦକ୍ଷିଣକାଳୀ ପଡିଆରୁ ବଲାଙ୍ଗି ପାର୍କ ପର୍ଯ୍ୟନ୍ତ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା ।

ଏଥିରେ ସମସ୍ତ ଛାତ୍ର ଓ ଯୁବକ ସାମିଲ ହୋଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୌରଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ବିଜୁ ମହିଳା ସଭାନେତ୍ରୀ ବରଜାଲକ୍ଷ୍ମୀ ସାହୁ, ନୟାଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା, ନୟାଗଡ଼ ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା, ନୟାଗଡ଼ ବ୍ଲକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁ ଙ୍କ ସମେତ ବହୁ କର୍ମକର୍ତା ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!