Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପା ଆଗରେ ୫ବର୍ଷର ଶିଶୁ ପୁତ୍ରକୁ ପଥରରେ ଛେଚି ହତ୍ୟା

by ସଞ୍ଜୟ ସ୍ୱାଇଁ
January 11, 2024
in Crime, State
ବାପା ଆଗରେ ୫ବର୍ଷର ଶିଶୁ ପୁତ୍ରକୁ ପଥରରେ ଛେଚି ହତ୍ୟା
107
VIEWS
Share on FacebookShare on Twitter

ଉମରକୋଟ, (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଧୀନ ମେଣ୍ଡରା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ୫ ବର୍ଷ ବୟସର ଶିଶୁପୁତ୍ରକୁ ବାପା ସମ୍ମୁଖରେ ସେହି ଗ୍ରାମର ଜଳନ୍ଧର ସାନ୍ତା ନାମକ ଯୁବକ ଅମାନୁଷିକ ଭାବେ ମୁଣ୍ଡରେ ପଥରରେ ଛେଚି ହତ୍ୟା କରିଛି । ଶିଶୁଟିକୁ ହତ୍ୟା ପରେ ତାର ହାତ ଓ ଗୋଡ଼କୁ କାଟି ସାଥିରେ ଘରକୁ ନେଇ ଯାଇଛି । ହତ୍ୟାକାରୀକୁ ପୋଲିସ ଧରିବାକୁ ସକ୍ଷମ ହୋଇଥିବା ବେଳେ ଯୁବକ କାହିଁକି ଏପରି ଜଘନ୍ୟ ହତ୍ୟାକାଣ୍ଡ କରିଛି ତାହା ଜଣାପଡି ନାହିଁ । ପୋଲିସର କହିବା ଅନୁସାରେ, ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ବୋରିଗାଁ ପଞ୍ଚାୟତ ଅନ୍ତର୍ଗତ ମେଣ୍ଡରା ଗ୍ରାମର ଶିବ ମନ୍ଦିର ପୂଜକ ସନାଧର ପୂଜାରୀ ପ୍ରତିଦିନ ପରି ଆଜି ମଧ୍ୟ ସକାଳେ ପୂଜା କରିବାକୁ ଗ୍ରାମ ନିକଟ ଏକ ଛୋଟ ପାହାଡ଼ ଉପରେ ଥିବା ସରଧେଶ୍ୱର ଶିବ ମନ୍ଦିରକୁ ଯାଇଥିଲେ । ସାଥିରେ ଗ୍ରାମର ଦୁଇ ଜଣ ଲୋକ ମଧ୍ୟ ମନ୍ଦିରକୁ ଯାଇଥିଲେ । ପୂଜକ ସନାଧରଙ୍କ ଗୋଟିଏ ବୋଲି ପୁଅ ଚନ୍ଦନ ଅଳି କରିବାରୁ ତା ଅଜା ହରିଦାସ ସାଥିରେ ତାକୁ ଗୁରୁବାର ଦିନ ୯ଟାରେ ଶିବ ମନ୍ଦିରରେ ପୂଜା କରୁଥିବା ବାପା ନିକଟକୁ ନେଇଥିଲେ । ତେବେ ପୂଜକ ସନାଧର ପୂଜା କାର୍ଯ୍ୟରେ ବ୍ୟସ୍ତ ଥିବାବେଳେ ମନ୍ଦିର ସମ୍ମୁଖରେ ଖେଳୁଥିବା ୫ ବର୍ଷର ପୁଅ ଚନ୍ଦନକୁ ଗ୍ରାମର ଜଳନ୍ଧର ସାନ୍ତା ଅଚାନକ ମୁଣ୍ଡକୁ ଲକ୍ଷ୍ୟ କରି ପଥରରେ ଛେଚି ହତ୍ୟା କରିଥିଲା । ବାପା ସନାଧର ପୂଜାରୀ ପୁଅର ହତ୍ୟା ଦେଖି ଅଚେତ୍ ହୋଇଯାଇଥିଲେ । ଶିଶୁକୁ ହତ୍ୟା ପରେ ହତ୍ୟାକାରୀ ଜଣକ ଅତି ବୀଭତ୍ସ ଭାବେ ଶିଶୁର ଡାହାଣ ହାତ ଓ ବାମ ଗୋଡ଼ ଛିଣ୍ଡାଇ ହାତରେ ଧରି ନିଜ ଘରକୁ ଯାଇଥିଲା । ସନାଧରଙ୍କ ଚେତା ଫେରିବା ପରେ ପୁଅର ରକ୍ତ ଜୁଡୁବୁଡୁ ମୃତଦେହ ଦେଖି ଚିତ୍କାର କରିଥିଲେ । ଗାଁର ଲୋକେ ସଙ୍ଗେ ସଙ୍ଗେ ଗାଁ ମନ୍ଦିର ନିକଟରେ ପହଞ୍ଚି ଥିଲେ । କିନ୍ତୁ ସେଠାରେ ଜଣେ ୫ ବର୍ଷର ଶିଶୁକୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଦେଖିଥିଲେ । ତୁରନ୍ତ ଗ୍ରାମବାସୀ ପୋଲିସକୁ ଏନେଇ ଖବର ଦେଇଥିଲେ । ଡାବୁଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ହତ୍ୟାକାରୀ ଯୁବକ ଜଳନ୍ଧର ସାନ୍ତାକୁ ମଧ୍ୟ ଗିରଫ କରିଛି । ତେବେ କାହିଁକି ଜଣେ ୫ ବର୍ଷର ଶିଶୁକୁ ଜଳନ୍ଧର ସାନ୍ତା ଏଭଳି ନୃଶଂସ ଭାବେ ହତ୍ୟା କଲା ତାହା ଜଣାପଡ଼ି ନଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!