Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବ ବ୍ୟବସାୟୀଙ୍କୁ ହତ୍ୟା, ପୁଲିସର ଛାନ୍‌ଭିନ୍ ଆରମ୍ଭ

by ସଞ୍ଜୟ ସ୍ୱାଇଁ
January 14, 2024
in Crime, State
ଯୁବ ବ୍ୟବସାୟୀଙ୍କୁ ହତ୍ୟା, ପୁଲିସର ଛାନ୍‌ଭିନ୍ ଆରମ୍ଭ
58
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଯୁବ ବ୍ୟବସାୟୀଙ୍କୁ ତଣ୍ଟି କାଟି ହତ୍ୟା । ଏକ ଧାରୁଆ ଅସ୍ତ୍ରରେ ବେକ କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବାଲିଅନ୍ତା ଥାନା ପୋଲିସ ଛାନ୍‌ଭିନ୍ କରୁଛି । ମୃତ ଯୁବ ବ୍ୟବସାୟୀଙ୍କ ନାମ ବିଶ୍ୱଜିତ ନାୟକ ବୋଲି ଜଣାପଡିଛି । ଖବର ଅନୁଯାୟୀ, ବିଶ୍ୱଜିତ୍ ନାୟକଙ୍କ ଘର ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ସାଗୁଆ ଗାଁରେ । ସେ ହୋଟେଲ ବ୍ୟବସାୟ କରୁଥିଲେ । ହେଲେ ଏବେ ବିଶ୍ୱଜିତ୍‌ଙ୍କ ମୃତଦେହ ଘର ଭିତରେ ପଡିରହିଛି । ବିଶ୍ୱଜିତ୍‌ଙ୍କ ବେକରେ କ୍ଷତ ଚିହ୍ନ ରହିଛି । ତେଣୁ ତାଙ୍କୁ ଏକ ଧାରୁଆ ଅସ୍ତ୍ରରେ ବେକ କାଟି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ତେବେ ବିଶ୍ୱଜିତ୍‌ଙ୍କ ମୃତ୍ୟୁ ପରେ ପୁରା ଅଞ୍ଚଳରେ ଚର୍ଚ୍ଚାର ଜୋରସୋରରେ ଚାଲିଛି । କିଏ ଓ କାହିଁକି ବିଶ୍ୱଜିତ୍‌ଙ୍କୁ ହତ୍ୟା କରିଛି । ତାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଙ୍କି ମାରୁଛି । ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି । ଏହାସହିତ ପରିବାର ଲୋକେ ଏବଂ ଗ୍ରାମବାସୀଙ୍କୁ ପଚରାଉଚରା କରୁଛି ପୋଲିସ । ତେବେ ଯଦି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍‌ର ସହଯୋଗ ନେଇପାରେ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!