Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ

by ସଞ୍ଜୟ ସ୍ୱାଇଁ
January 16, 2024
in Politics, State
ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ
74
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ, ଏବେ ଏହାର କାଉଣ୍ଟର ଜବାବ ରଖିଛନ୍ତି ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ । ସୋସିଆଲ୍ ମିଡିଆରେ ପୋଷ୍ଟ ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଇଛନ୍ତି ବିଜେଡି ବିଧାୟକ । ଧର୍ମେନ୍ଦ୍ରଙ୍କୁ ଭାଇ ବୋଲି ସମ୍ବୋଧନ କରିବା ସହିତ ତାଙ୍କୁ ଆଇନା ଦେଖାଇଲେ ସେ କାହିଁକି ଚିଡି ଯାଉଛନ୍ତି ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି । ଏଥିସହିତ କେନ୍ଦ୍ରମନ୍ତ୍ରୀଙ୍କୁ ୩ଟି ପ୍ରଶ୍ନ କରିଛନ୍ତି ପ୍ରଣବ । ପ୍ରଥମଟି ହେଲା, ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଥିଲେ ବି, ନିଜ ମାଟି ପାଇଁ ଗୋଟିଏ ବି ନୂଆ ୟୁନିଭର୍ସିଟି କରିବା ଛାଡ଼ନ୍ତୁ, ନିଜ ଜିଲ୍ଲା ଅନୁଗୋଳ ପଡୋଶୀ ଢେଙ୍କାନାଳ ଓ ସମ୍ବଲପୁରରେ ଗୋଟିଏ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ କିମ୍ବା ଜବାହର ନବୋଦୟ ବିଦ୍ୟାଳୟଟେ କେନ୍ଦ୍ରମନ୍ତ୍ରୀ କରିନାହାନ୍ତି । ଅନ୍ୟପଟେ ଦକ୍ଷତା ବିକାଶ କେନ୍ଦ୍ରଟେ ମଧ୍ୟ ସ୍ଥାପନ କରିନାହାଁନ୍ତି । ସେହିପରି ଘଐ-୫୫ର ଅବସ୍ଥା ଯାହା ରହିଛି ଗତ ୧୦ ବର୍ଷରେ କାମ ସରିପାରୁନି ବୋଲି ପ୍ରଣବ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ଏଥିସହିତ ଧର୍ମେନ୍ଦ୍ରଙ୍କୁ ତୀର ମାରି ପ୍ରଣବ ଆହୁରି ମଧ୍ୟ କହିଛନ୍ତି ଯେ, ଆମେ ଖବର ପାଇଲୁ ଜାତୀୟ ରାଜପଥ ଦେଇ ଆପଣ ଯିବା ବଦଳରେ ରାଜ୍ୟ ରାଜପଥକୁ ଭରସା କରୁଛନ୍ତି। କେନ୍ଦ୍ରମନ୍ତ୍ରୀ ଭାବେ କେ.ପି.ସିଂଦେଓ ଦାୟିତ୍ୱ ତୁଲାଇବାବେଳେ ଆଇଆଇଏମସି ସହ ଅନ୍ୟ କେନ୍ଦ୍ରୀୟ ପ୍ରକଳ୍ପ ନିଜ ଜିଲ୍ଲା ପାଇଁ କାର୍ୟ୍ୟକାରୀ କରିଥିଲେ। ହେଲେ ଲାଗୁଛି ଏ ପ୍ରଶ୍ନ ସବୁ ଶୁଣି ଆପଣ ରାଗିଯାଇଛନ୍ତି ଓ ରକ୍ତଚାପ ବଢ଼ିଯାଇଛି। ଆପଣ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗକରିଥିବା ଦେଖିଥିଲି। ଅନୁରୋଧ କରୁଛି ଏବେ ନିୟମିତ ଭାବେ ଯୋଗ କରନ୍ତୁ। ସୂଚନାଯୋଗ୍ୟ ଯେ, ଏହା ପର୍ବରୁ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମ ଅବସରରେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଥିଲେ ଧର୍ମେନ୍ଦ୍ର । ସ୍ୱାସ୍ଥ୍ୟ, ଶିକ୍ଷା,ଜଳସେଚନ ଓ ଆଇନଶୃଙ୍ଖଳା ସମେତ ଏକାଧିକ ପ୍ରସଙ୍ଗ ଉଠାଇ ଏହା କେମିତିକା ରୂପାନ୍ତରଣ ବୋଲି ପଚାରିଥିଲେ କେନ୍ଦ୍ରମନ୍ତ୍ରୀ । ଏଥିସହ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ଜାରି କରନ୍ତୁ ବୋଲି ସେ ଦାବି କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!