ନୟାଗଡ଼,(ବାଘୁଆବାର୍ତ୍ତା): ଆଜି ନୟାଗଡ଼ ଜିଲ୍ଲାରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭାପୁର ବ୍ଲକରୁ ୫ ଜଣ ଏବଂ ଗଣିଆ ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ସେହିଭଳି ଜିଲ୍ଲାରେ ଆଜି ଖଣ୍ଡପଡ଼ା ବ୍ଲକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରଣପୁର ବ୍ଲକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ ପୈାରାଞ୍ଚଳରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ବ୍ଲକରୁ ଅନ୍ୟ ୧୧ ଜଣଙ୍କୁ ମିଶାଇ ମୋଟ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି । ସେହିଭଳି ଓଡ଼ଗାଁ ବ୍ଲକରୁ ଜଣେ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ଆଜି ୬୧ ହୋଇଥିବା ଜଣାଯାଇଛି ।





