ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ଆଜି ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୪୧୫ରେ ପହଂଚିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ନୟାଗଡ଼ ବ୍ଲକରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୁଣ୍ଟୁବନ୍ଧ ଗ୍ରାମ ପଂଚାୟତ ଅଚ୍ୟୁତନଗର ଓ ଦେବନଗରକୁ ଜିଲ୍ଲାପାଳ କଣ୍ଟେନ୍ମେଣ୍ଟ ଘୋଷଣା କରିଛନ୍ତି । ଏଥିସହିତ କଇଥଗାଡ଼ିଆ ଗ୍ରାମକୁ ବଫର ଜୋନ୍ ଘୋଷଣା କରାଯିବା ସହ ଏହି ଅଂଚଳ ଲୋକମାନଙ୍କୁ ବାହାରକୁ ବାହାରିବା ଉପରେ କଟକଣା ଲଗାଯାଇଛି । ଜିଲ୍ଲା ପ୍ରଶାସନର ପରବର୍ତ୍ତୀ ନିର୍ଦ୍ଦେଶ ନମିଳିବା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି ଜଣାଯାଇଛି ।






