Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବ୍ରୁଆରୀ ୫ରୁ ବିଧାନସଭା ଆରମ୍ଭ

by ସଞ୍ଜୟ ସ୍ୱାଇଁ
January 19, 2024
in Politics, State
ଫେବ୍ରୁଆରୀ ୫ରୁ ବିଧାନସଭା ଆରମ୍ଭ
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲେଖାନୁଦାନ( କାମଚଳା ବଜେଟ) ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି। ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁସାରେ ଷୋଡଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଫେବ୍ରୁୟାରୀ ୫ ତାରିଖରୁ ବସିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍‌ ( କାମଚଳା ବଜେଟ) ପାରିତ ହେବ । ୧୦ ଓ ୧୧ ତାରିଖ ଶନିବାର ଓ ରବିବାର ପାଇଁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି। ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!