Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମେନ୍ଦ୍ର-ବବି ମୁହାଁମୁହିଁ

by ସଞ୍ଜୟ ସ୍ୱାଇଁ
January 21, 2024
in Politics, State
ଧର୍ମେନ୍ଦ୍ର-ବବି ମୁହାଁମୁହିଁ
196
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କନିଷ୍ଠ ନିଯୁକ୍ତି ଚୟନ ପରୀକ୍ଷାରେ ଦୁର୍ନୀତି ଅଭିଯୋଗ ଆସିବା ପରେ ପରୀକ୍ଷା ଫଳ ଉପରେ ହାଇକୋର୍ଟ ଅନ୍ତରୀଣ ରୋକ୍ ଲଗାଇଛନ୍ତି । ଏପଟେ ଏହି ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁହାଁମୁହିଁ ହୋଇଛନ୍ତି । ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ‘ଶକ୍ତିବନ୍ଦନ’ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କୁ ଶାଣିତ ସମାଲୋଚନା କରି କହିଛନ୍ତି ଯେ, ଓଡ଼ିଶା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ରାଜ୍ୟ ସରକାର ଖେଳୁଛନ୍ତି । ଓଡ଼ିଆ ପିଲାଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲି ଦେଇଥିବା ମାହାଲ ମଣ୍ଡାଙ୍କୁ ଜବାବ ଦିଅନ୍ତୁ । ଗଣମାଧ୍ୟମରେ ୨୦ହଜାର ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଖବର ପ୍ରକାଶ ପାଇଛି । ଏଏସଓ ପରୀକ୍ଷା ପରେ ନିୟମ ବଦଳିଗଲା । ତା’ହେଲେ ଯେଉଁ ରାଜ୍ୟ ସରକାର ନିଜ ପାଖରେ ଟେକ୍ନୋଲୋଜି ଓ ଅଭିଜ୍ଞତା ଅଛି ବୋଲି ଦାବି କରୁଛି ପିଲାଙ୍କ ଭବିଷ୍ୟତକୁ ନେଇ କ’ଣ କରୁଛନ୍ତି ବୋଲି ସେ ଜାଣିବାକୁ ଚାହିଁଛନ୍ତି । ଅନ୍ୟପକ୍ଷରେ ଶ୍ରୀ ପ୍ରଧାନଙ୍କ ଏଭଳି ଶାଣିତ ସମାଲୋଚନା ପରେ ବିଜେଡି ଚିହିଁକି ଉଠିଛି । ବିଜେଡି ସଂଗଠନ ସମ୍ପାଦକ ନିଜ ‘ଏକ୍ସ’ ହ୍ୟାଣ୍ଡଲରେ ଧର୍ମେନ୍ଦ୍ରଙ୍କୁ ସମାଲୋଚନା କରି କହିଛନ୍ତି ଯେ, ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା କେନ୍ଦ୍ରୀୟ ସଂସ୍ଥା ଇଡିସିଆଇଏଲ୍ ଜରିଆରେ ହୋଇଛି । ଯାହା କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ । ଏହି ସଂସ୍ଥା ‘ମିନି ରତ୍ନ’ କାଟାଗୋରୀରେ ଆସୁଛି । ତା’ହେଲେ କ’ଣ ଆପଣ କହିବାକୁ ଛାହୁଁଛନ୍ତି ଯେ, ଆପଣଙ୍କ ନିଜ ସଂସ୍ଥା ନିଯୁକ୍ତି ପ୍ରକ୍ରିୟାରେ ଘପଲାତି କରିଛି । ଆପଣ ଜାଣିନାହାନ୍ତି ନା ଜାଣିକି ନାଟକ କରୁଛନ୍ତି । ଆପଣଙ୍କ ସଂସ୍ଥା ଇଡିସିଆଇଏଲ୍ କେନ୍ଦ୍ରୀୟ ବିଦ୍ୟାଳୟ, ଜବାହାର ନବୋଦୟ ବିଦ୍ୟାଳୟ, ଏମ୍ସ, ଭାରତୀୟ ସେନା ଓ ଅନ୍ୟ ସଂସ୍ଥା ପାଇଁ ହଜାର ହଜାର ସଂଖ୍ୟାରେ ନିଯୁକ୍ତି କରିଥାଏ । ସେଠି ମଧ୍ୟ କ’ଣ ଅନିୟମିତତା ହୋଇଥିବା ଆପଣ କହିବାକୁ ଚାହୁଁଛନ୍ତି । ଆପଣଙ୍କ ନିଜ ସଂସ୍ଥା ଏଠାରେ ଶିକ୍ଷକ ନିଯୁକ୍ତି କରିଛି । ହେଲେ ଆପଣ କିଛି ନବୁଝି ଡାହା ମିଛ ଓ ନିରାଧାର କଥା କହିବାରେ ଆପଣଙ୍କ ଅହେତୁକ ଆଗ୍ରହ ଦେଖି ଲୋକ ହସିବା ଆରମ୍ଭ କଲେଣି । ଲାଗୁଛି, ମାହାଲ ମାଣ୍ଡାକୁ ସୃଷ୍ଟି କରିବାରେ ଆପଣଙ୍କର ହିଁ କିଛି ଭୂମିକା ରହିଛି ବୋଲି ବବି କହିଛନ୍ତି । ସୂଚନାଯୋଗ୍ୟ, ରାଜ୍ୟରେ ୨୦ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଜାଲିଆତି ଅଭିଯୋଗ ଆସିବା ପରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିବାରେ ଲାଗିଛି ବିରୋଧୀ ଦଳ । ହାଇକୋର୍ଟ ମଧ୍ୟ ଏହି ନିଯୁକ୍ତି ପ୍ରକ୍ରିୟା ସଂକ୍ରାନ୍ତ ଏକ ମାମଲାର ରାୟ ଦେଇ ପରୀକ୍ଷା ଫଳ ପ୍ରକାଶନ ଉପରେ ଅନ୍ତରୀଣ ରୋକ୍ ଲଗାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!