Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ଓ ଚିରଞ୍ଜୀବ ବିଶ୍ବାଳଙ୍କ ଉପରୁ ଉଠିଲା ନିଲମ୍ବନ

by ସଞ୍ଜୟ ସ୍ୱାଇଁ
January 23, 2024
in Politics, State
ମୋକିମ୍ ଓ ଚିରଞ୍ଜୀବଙ୍କୁ ଏଆଇସିସି ର ନୋଟିସ
61
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଦୁଇ ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ଉଠିଲା ନିଲମ୍ବନ । କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ଉପରୁ ନିଲମ୍ବନ ହଟିଲା । ସେହିଭଳି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳଙ୍କ ଉପରୁ ମଧ୍ୟ ଦଲ ନିଲମ୍ବନ ହଟାଇଲା । ତେବେ ଉଭୟଙ୍କ ନିଲମ୍ବନ ହଟିବା ନେଇ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି । ସେପଟେ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ମଧ୍ୟ ଦଳକୁ ଫେରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ୨୦୨୩ ମସିହା ଜୁଲାଇ ମାସ ୧୫ ତାରିଖରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ କଂଗ୍ରେସ ସସପେଣ୍ଡ କରିଥିଲା । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗରେ ଦଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଏଆଇସିସି ପ୍ରେସ୍ ରିଲିଜରେ ସୂଚନା ଦେଇଥିଲା । ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ଏହି ଆକ୍ସନ ନିଆଯାଇଥିଲା । ଏଆଇସିସି ଅନୁସାରେ ପିସିସି ଅଧ୍ୟକ୍ଷ ଶରତ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ ଏବଂ ଚିରଞ୍ଜୀବ ବିଶ୍ୱାଳଙ୍କ ନାଁରେ ଦଳ ବିରୋଧୀ ଅଭିଯୋଗ କରିଥିଲେ । ଘଟଣା ଶୃଙ୍ଖଳା ଆକ୍ସନ କମିଟିକୁ ପଠାଯାଇଥିଲା । ଏହା ଉପରେ ଡିଏସି ନୋଟିସ୍ ଜାରି ଉଭୟଙ୍କଠାରୁ ଉତ୍ତର ଲୋଡିଥିଲା । ତେବେ ମିଳିଥିବା ଉତ୍ତର ସନ୍ତୋଷଜନକ ନଥିଲା ବୋଲି କୁହାଯାଇଥିଲା । ଡିଏସିର ନିଷ୍ପତ୍ତିକ୍ରମେ ପାର୍ଟି ଉଭୟଙ୍କୁ ତତ୍କାଳ ପ୍ରଭାବରୁ ସସ୍‌ପେଣ୍ଡ କରିଥିଲା । ତେବେ ୨୦୨୩ ମହିଲା ମେ’ ୨୮ ତାରିଖରେ ଚିରଞ୍ଜୀବ, ମୋକିମ୍‌ଙ୍କୁ AICC ଶୃଙ୍ଖଳା କମିଟି ପକ୍ଷରୁ ନୋଟିସ୍ ହୋଇଥିଲା । ସୂଚନା ଭବନରେ ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ହୋଇଥିଲା ବିବାଦ । ଖୋଲା ମଞ୍ଚରେ ୨ ନେତା ଦଳ ବିରୋଧୀ ମନ୍ତବ୍ୟ ଦେଇଥିଲେ । ରାଜ୍ୟ ନେତୃତ୍ଵକୁ ନେଇ ପ୍ରଶ୍ନ ଉଠାଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!