Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୀତିଶଙ୍କ ଉପରେ ବର୍ଷିଲେ ଲାଲୁଙ୍କ ଝିଅ, ଅଳିଆ ପୁଣି ଅଳିଆ ଗଦାକୁ ଗଲା

by ସଞ୍ଜୟ ସ୍ୱାଇଁ
January 28, 2024
in NATIONAL NEWS, Politics
ନୀତିଶଙ୍କ ଉପରେ ବର୍ଷିଲେ ଲାଲୁଙ୍କ ଝିଅ, ଅଳିଆ ପୁଣି ଅଳିଆ ଗଦାକୁ ଗଲା
130
VIEWS
Share on FacebookShare on Twitter

ବିହାର, (ବାଘୁଆବାର୍ତ୍ତା) : ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା ବୋଲି ଆଜି ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ଆର୍‌ଜେଡି’ ମୁଖ୍ୟ ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ୟ୍ୟ ସମାଲୋଚନା କରିଛନ୍ତି। ଟ୍ୱିଟରରେ ଏଭଳି ପୋଷ୍ଟ କରିଛନ୍ତି ରୋହିଣୀ । ସୂଚନାଯୋଗ୍ୟ, ଆଜି ସନ୍ଧ୍ୟା ୫ଟା ବେଳେ ନୀତୀଶ ଶପଥ ଗ୍ରହଣ କରି ‘ବିଜେପି’ ସମର୍ଥନରେ ବିହାରରେ ନୂଆ ସରକାର ଗଠନ କରିବେ। ଆସନ ବଣ୍ଟନ ବୁଝାମଣା ଆଲୋଚନା ବିଫଳ ହେବାରୁ ନୀତୀଶ କୁମାର ‘ଇଣ୍ଡିଆ ବ୍ଲକ୍‌’ ଉପରେ ରାଗି ଯାଇଥିଲେ ବୋଲି ଖବର ଆସିଥିଲା । ଆଜି ଇସ୍ତଫା ଦେବା ପରେ ସାମ୍ବାଦିକମାନଙ୍କୁ ନୀତୀଶ କୁମାର କହିଛନ୍ତି, ପୁରୁଣା ମେଣ୍ଟ ଛାଡ଼ି ନୂଆ ମେଣ୍ଟ ଗଠନ କରିବୁ। ଅଳ୍ପ କିଛି ଦିନ ହେବ ନୀତୀଶ କୁମାର ‘ବିଜେପି’ ଆଡ଼କୁ ଢଳୁଥିବାର ଆଭାସ ମିଳୁଥିଲା। ପୂର୍ବରୁ ଜେଡିୟୁର ରାଜନୈତିକ ପରାମର୍ଶଦାତା କେ. ସି. ତ୍ୟାଗୀ ଦିଲ୍ଲୀରେ ସାମ୍ବାଦିକମାନଙ୍କୁ କହିଥିଲେ ଯେ, ବିହାରରେ ମହାଗଠବନ୍ଧର ସରକାର ଭାଙ୍ଗିବା ପରିସ୍ଥିତିରେ ପହଞ୍ଚିଯାଇଛି। କଂଗ୍ରେସ ନେତୃତ୍ବର ଗୋଟାଏ ଗୋଷ୍ଠୀ ବାରମ୍ବାର ନୀତୀଶଙ୍କୁ ଅପମାନ ଦେଉଛନ୍ତି ବୋଲି ସେ ଅଭିଯୋଗ କରିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!