Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ ଜିଲ୍ଲାର ୨୯ ବିଶିଷ୍ଟ କଳାକାର ବିଜେଡିରେ ଯୋଗ ଦେଲେ, ଦୈତାରି ପଣ୍ଡା ଓ ବାପି ପଣ୍ଡା ସାମିଲ

by ସଞ୍ଜୟ ସ୍ୱାଇଁ
January 29, 2024
in Politics, State
୩୦ ଜିଲ୍ଲାର ୨୯ ବିଶିଷ୍ଟ କଳାକାର ବିଜେଡିରେ ଯୋଗ ଦେଲେ, ଦୈତାରି ପଣ୍ଡା ଓ ବାପି ପଣ୍ଡା ସାମିଲ
167
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୩୦ ଜିଲ୍ଲାରୁ ୨୯ ବିଶିଷ୍ଟ କଳାକାର ଆଜି ବିଜେଡିରେ ଯୋଗ ଦେଇଛନ୍ତି । ଶଙ୍ଖ ଭବନରେ ବଡ଼ ମିଶ୍ରଣ ପର୍ବ ଆୟୋଜନ ହୋଇଛି । ଆଜି ଓଡ଼ିଶା କଳାକାର ମହାସଂଘର କଳାକାର ମାନେ ବହୁ ସଂଖ୍ୟାରେ ଆସି ଅନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି । ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା, ବାପି ପଣ୍ଡା, ଚୈତନ୍ୟ ପାଇକ, ରମେଶ ନାୟକ, ସୁବାସ ବେହେରା, ଶିବରାମ ପ୍ରଧାନଙ୍କ ପରି ବିଶିଷ୍ଟ କଳାକାର ଶଙ୍ଖ ଫୁଙ୍କିଛନ୍ତି । ଏମାନଙ୍କ ସହ ୩ଶହରୁ ଅଧିକ କଳାକାର ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଆକୃଷ୍ଟ ହୋଇ ବିଜେଡିରେ ଯୋଗ ଦେବାକୁ ସେମାନେ ଆବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିବା ପରେ ଦଳରେ ବିଧିବଦ୍ଧ ଯୋଗ ଦେଇଛନ୍ତି । ଏମାନଙ୍କୁ ଦଳକୁ ପାଛୋଟି ନେଇଛନ୍ତି ବରିଷ୍ଠ ବିଧାୟକ ଦେବୀ ମିଶ୍ର, ସାଂସଦ ମାନସ ମଙ୍ଗରାଜ ଓ ଅମର ପଟ୍ଟନାୟକ । ସଂସ୍କୃତିର ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ରହିଛି । ଓଡ଼ିଶା ସଂସ୍କୃତି ଓ କଳାର ମାଟି । ନବୀନ ବାବୁଙ୍କ ନେତୃତ୍ୱ ଓ ସାଂସ୍କୃତିକ ଆଭିମୁଖ୍ୟ ଦେଖି ଏହି କଲାକାର ବିଜେଡିରେ ମିଶୁଛନ୍ତି ବୋଲି କହିଛନ୍ତି ବିଧାୟକ ଦେବୀ ମିଶ୍ର ।

ଓଡ଼ିଶାର ସଂସ୍କୃତି, ଭାସ୍କର‌୍ୟ୍ୟକୁ ଆଗକୁ ନେବାକୁ ମୁଖ୍ୟମନ୍ତ୍ରୀ ଯାହା କରୁଛନ୍ତି, ସେଥିପାଇଁ ସେମାନେ ବିଜେଡି ସାଂସ୍କୃତିକ ସାମ୍ମୁଖ୍ୟରେ ମିଶୁଛନ୍ତି । ଏହା ଓଡ଼ିଶାର କଳାକୁ ଆହୁରି ଆଗକୁ ନେବ ବୋଲି ଆଶା କରିଛନ୍ତି ସାଂସଦ ଅମର ପଟ୍ଟନାୟକ । ଓଡ଼ିଶାରେ କଳାକାର ଓ କଳାର ବିକାଶ କଥା କେହି ଚିନ୍ତା କରି ନଥିଲେ । ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖୀ, ଗରିବ, କଳାକାରଙ୍କ ଦୁଃଖ ହୃଦୟରୁ ଅନୁଭବ କଲେ । କେବଳ କଳାକାର ଭତ୍ତାରେ ରହିବେ ନାହିଁ ବୋଲି ରୋଜଗାର ବି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଆମ ପାଇଁ ନୂଆ ପର୍ବ, ନୂଆ ଅଭିନୟ । ସମସ୍ତଙ୍କୁ ଉଚ୍ଚସ୍ତରକୁ ନେବାକୁ ନବୀନ ପଟ୍ଟନାୟକ ପ୍ରୟାସ କରିଛନ୍ତି ବୋଲି କହିଛନ୍ତି ଦଳରେ ଯୋଗଦେଇଥିବା କଳାକାରଗଣ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!